ବିଜେଡି, ଭାଜପା କହୁଛନ୍ତି ଜିତିବେ, ହାର୍‌ ମାନିଗଲା କଂଗ୍ରେସ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭୋଟ ଶେଷ ହୋଇଛି। ଆସନ୍ତା ୨୪ରେ କିଏ ସେଠାରେ ବାଜି ମାରିବ ତାହା ସ୍ପଷ୍ଟ ହୋଇଯିବ। ତେବେ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀଙ୍କ ଭାଗ୍ୟ ବର୍ତ୍ତମାନ ଇଭିଏମ୍‌ରେ ସିଲ୍‌ ହୋଇ ରହିଛି। ଏହାପୂର୍ବରୁ ବିଜେଡି ଓ ଭାଜପା ନେତାମାନେ ସେମାନଙ୍କ ପ୍ରାର୍ଥୀ ବିଜୟୀ ହେବେ ବୋଲି ଆଶା ରଖିଥିବା ବେଳେ ହାତ ଟେକିଦେଇଛି କଂଗ୍ରେସ। ବିଜେଡି ନେତା ତଥା ବରିଷ୍ଠ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ବିଜେଡି ସପକ୍ଷରେ ବିଜେପୁରବାସୀଙ୍କ ମତଦାନ ଯିବ ବୋଲି ଆମେ ଆଶାବାଦୀ। ବିଜେଡି ପ୍ରାର୍ଥୀ ରୀତା ସାହୁ ବଡ ବ୍ୟବଧାନରେ ବିଜୟୀ ହେବେ। ଲୋକମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଶ୍ୱାସ ରଖିଛନ୍ତି ତା’ର ଫଳାଫଳ ଖୁବ୍‌ଶୀଘ୍ର ଜଣାପଡିବ ବୋଲି ସେ କହିଛନ୍ତି। ଭାଜପା ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି ଯେ, ଭାଜପା ପ୍ରାର୍ଥୀଙ୍କ ପ୍ରତି ଜନସାଧାରଣଙ୍କ ବିଶ୍ୱାସ ରହିଛି। ମୁଖ୍ୟମନ୍ତ୍ରୀ ନିଜେ ଏହି ଆସନରୁ ଠିଆହୋଇ ଲୋକଙ୍କ ସୁଖଦୁଃଖ ବୁଝିବେ କହି ଶେଷରେ ଧୋକା ଦେଲେ। ସେହିପରି ଲୋକମାନଙ୍କୁ ପ୍ରଲୋଭନ ଦେଖାଇ ବିଭିନ୍ନ ଯୋଜନାର ଘୋଷଣା କରିଦେଇ ଚୁପ୍‌ ବସିପଡିଛନ୍ତି। ବିଜେପୁରବାସୀ ଏହାର ଜବାବ୍‌ ଭୋଟ୍‌ରେ ଦେଇଛନ୍ତି ବୋଲି ଗୋଲକ କହିଛନ୍ତି। କଂଗ୍ରେସ ବରିଷ୍ଠ ନେତା ତଥା ତାରାପ୍ରସାଦ ବାହିନୀପତି କହିଛନ୍ତି, ବିଜେପୁରରେ ବିଜେଡି ଏବଂ ଭାଜପା ଯେମିତି ଖର୍ଚ୍ଚ କରିଛନ୍ତି ସେଠାରେ କଂଗ୍ରେସ ଖାପ ଖାଇବ ନାହିଁ। ଆମର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କେବଳ ୨୦ ଲକ୍ଷ ଟଙ୍କା ଦେଇଛନ୍ତି। ଯେହେତୁ ଆମର ଅର୍ଥ ଅଭାବ ଅଛି, ଆମେ କେତେଦୂର ପାରିବୁ ଭଗବାନ ଜାଣନ୍ତି। ପରିଶ୍ରମ କରିଥିଲୁ, ସବୁବେଳେ ସଭା ହେଲେ ହଜାର ହଜାର ଲୋକ ପହଞ୍ଚୁଥିଲେ, ମାତ୍ର ସେଥିରୁ ଭୋଟରେ କେତେ ରୂପାନ୍ତରିତ ହେବ ସେକଥା ଜଣାନାହିଁ। କିନ୍ତୁ ସେଠାରେ ଆମର କିଛି ଭଲ ନାହିଁ ବୋଲି ତାରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri