ବିଜେଡି ଯୁବ କାର୍ଯ୍ୟକାରୀ ସଭାପତି ଶୁଭେନ୍ଦୁ ମଙ୍ଗରାଜ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ସୋମବାର ବିଜୁ ଓ ଛାତ୍ର ବିଜୁ ଜନତା ଦଳର ସାଂଗଠନିକ ନିଯୁକ୍ତି ଦିଆଯାଇଛି। ଏ ନେଇ ବିଜେଡି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବିଜୁ ଯୁବ ଜନତା ଦଳର କାର୍ଯ୍ୟକାରୀ ସଭାପତି ଭାବେ ଶୁଭେନ୍ଦୁ ମଙ୍ଗରାଜଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ବାଲେଶ୍ୱର ଜୋନ୍‌ ସଭାପତି ଭାବେ ଜୟରାମ ଦାସଙ୍କୁ ନିଯୁକ୍ତି ଦିଆଯାଇଛି।
ସେହିପରି ବିଜେଡି ଯୁବ ଜନତା ଦଳର ସାଧାରଣ ସମ୍ପାଦକ ଭାବେ ତ୍ରିଲୋଚନା ତରାଇ, ପ୍ରଦୀପ୍ତ ଭୂୟାଁ ଏବଂ ତାପସ ପାଣିଗ୍ରାହୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ସମ୍ପାଦକ ଭାବେ ରଶ୍ମି ରଞ୍ଜନ ଦାସ ଏବଂ ଯୁଗ୍ମ ସମ୍ପାଦକ ଭାବେ ରାଜେଶ କୁମାର ଭୂୟାଁଙ୍କୁ ନିଯୁକ୍ତି ଦିଆଯାଇଛି। ବାଲେଶ୍ୱର ଜିଲାର ଯୁବ ସଭାପତି ଭାବେ ତାପସ କୁମାର ପରିଡାଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଜଗତ୍‌ସିଂହପୁର ଜିଲାର ସଭାପତି ଭାବେ ସାୈମ୍ୟଜିତ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଓ ଜିଲା କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। ରାଜ୍ୟସ୍ତରୀୟ ବାଲେଶ୍ୱର ଜୋନ୍‌ ପାଇଁ ସଭାପତି ଭାବେ ଅବ୍‌ଦୁଲ ହବିବଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ବାଲେଶ୍ୱର ଜିଲା ଛାତ୍ର ସଭାପତି ଭାବେ ସିମନ ଦାସ ମହାପାତ୍ର ଏବଂ ଜଗତ୍‌ସିଂହପୁର ଜିଲା ସଭାପତି ଭାବେ ସମିତ ଲେଙ୍କାଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri