ବିଜେଡିର ମିଶ୍ରଣ ପର୍ବ: ‘ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକତା’

ବରୀ,୧୭ା୧୧(ସ୍ବ.ପ୍ର.)- ବରୀ ନିର୍ବାଚନମଣ୍ଡଳୀ ଅଧୀନ ଅମଠପୁର ପଞ୍ଚାୟତର କମ୍ପଗଡ଼ ହାଟ ପଡ଼ିଆରେ ରବିବାର ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ବ୍ରଜକିଶୋର ଭଞ୍ଜଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରୀ ବିଧାୟିକା ସୁନନ୍ଦା ଦାସ ଯୋଗଦେଇ ବରୀର ବିକାଶ ପାଇଁ ସମସ୍ତଙ୍କ ସହଯୋଗର ଆବଶ୍ୟକତା ରହିଛି। ଭାଜପା ଓ କଂଗ୍ରେସ ବିଜେଡିର ବିରୋଧି ହୋଇଥିଲେ ମଧ୍ୟ ବିକାଶ ପାଇଁ ବିରୋଧୀ ଦଳର କର୍ମୀଙ୍କ ନିମନ୍ତେ ବିଜେଡିର ଦ୍ୱାର ସବୁବେଳେ ଖୋଲା ରହିଛି ବୋଲି ବିଧାୟିକା ଦାସ କହିଥିଲେ। ଏହି ମିଶ୍ରଣ ପର୍ବରେ ଭାଜପା ଛାଡି ଅମଠପୁର ପଞ୍ଚାୟତର ଭାରପ୍ରାପ୍ତ ସରପଞ୍ଚ ପ୍ରଶାନ୍ତ କୁମାର ଜେନା, ସୁଶାନ୍ତ କୁମାର ଜେନା, ଶିବପ୍ରସାଦ ଜେନା, ଗୌରାଙ୍ଗ ମଲିକ, ରସାନନ୍ଦ ମଲିକ, ନାରାୟଣ ଜେନା, ଅନିଲ୍‌ କୁମାର ଜେନା, ନିରଞ୍ଜନ ମଲିକ, ତିଳୋତମା ଜେନା, ଅଭିମନ୍ୟୁ ସେଠୀ, ଚକ୍ରଧର ଦାସ, ହେମନ୍ତ ପଣ୍ଡା, ଅଜୟ କୁମାର ଦାସ, ଅଶ୍ୱୁନୀ ଶତପଥୀ ପ୍ରମୁଖ ଯୋଗଦାନ କରିଥିଲେ। ସେହିପରି କଂଗ୍ରସର ବରିଷ୍ଠ କର୍ମୀ ନୃସଂହ ଚରଣ ସାହୁ, ନବ ପରିଡା, କେଦାର ନାୟକଙ୍କ ସମେତ ଶତାଧିକ କର୍ମୀ ବିଜେଡିରେ ସାମିଲ୍‌ ହୋଇଛନ୍ତି। ନୂତନ କର୍ମୀଙ୍କୁ ବିଧାୟିକା ଦଳୀୟ ପତାକା ଓ ଫୁଲହାର ଦେଇ ସ୍ବାଗତ କରିଥିଲେ। ଆଗାମୀ ଦିନରେ ଆହୁରୀ ୬ରୁ ୭ ଜଣ ସରପଞ୍ଚ ଓ ସମିତି ସଭ୍ୟ ଭାଜପା ଛାଡି ବିଜେଡିରେ ମିଶିବାର କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ କୁହାଯାଇଛି। ବରିଷ୍ଠ ବିଜେଡି ନେତା ଦେବେନ୍ଦ୍ର ଦାସ, ଜିଲାପରିଷଦ ସଦସ୍ୟ ଅଶୋକ ସାମଲ, ଯୁବ ନେତା ରଞ୍ଜନ ପଣ୍ଡା, ସରପଞ୍ଚ ସନ୍ତୋଷ ସାମଲ, କେଦାର ସାମଲ, ବିଚିତ୍ରାନନ୍ଦ ଜେନା ପ୍ରମୁଖ ମଞ୍ଚାସୀନ ଅତିଥିବଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri