ବିଜେଡିର ମିଶ୍ରଣ ପର୍ବ: ‘ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକତା’

ବରୀ,୧୭ା୧୧(ସ୍ବ.ପ୍ର.)- ବରୀ ନିର୍ବାଚନମଣ୍ଡଳୀ ଅଧୀନ ଅମଠପୁର ପଞ୍ଚାୟତର କମ୍ପଗଡ଼ ହାଟ ପଡ଼ିଆରେ ରବିବାର ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ବ୍ରଜକିଶୋର ଭଞ୍ଜଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରୀ ବିଧାୟିକା ସୁନନ୍ଦା ଦାସ ଯୋଗଦେଇ ବରୀର ବିକାଶ ପାଇଁ ସମସ୍ତଙ୍କ ସହଯୋଗର ଆବଶ୍ୟକତା ରହିଛି। ଭାଜପା ଓ କଂଗ୍ରେସ ବିଜେଡିର ବିରୋଧି ହୋଇଥିଲେ ମଧ୍ୟ ବିକାଶ ପାଇଁ ବିରୋଧୀ ଦଳର କର୍ମୀଙ୍କ ନିମନ୍ତେ ବିଜେଡିର ଦ୍ୱାର ସବୁବେଳେ ଖୋଲା ରହିଛି ବୋଲି ବିଧାୟିକା ଦାସ କହିଥିଲେ। ଏହି ମିଶ୍ରଣ ପର୍ବରେ ଭାଜପା ଛାଡି ଅମଠପୁର ପଞ୍ଚାୟତର ଭାରପ୍ରାପ୍ତ ସରପଞ୍ଚ ପ୍ରଶାନ୍ତ କୁମାର ଜେନା, ସୁଶାନ୍ତ କୁମାର ଜେନା, ଶିବପ୍ରସାଦ ଜେନା, ଗୌରାଙ୍ଗ ମଲିକ, ରସାନନ୍ଦ ମଲିକ, ନାରାୟଣ ଜେନା, ଅନିଲ୍‌ କୁମାର ଜେନା, ନିରଞ୍ଜନ ମଲିକ, ତିଳୋତମା ଜେନା, ଅଭିମନ୍ୟୁ ସେଠୀ, ଚକ୍ରଧର ଦାସ, ହେମନ୍ତ ପଣ୍ଡା, ଅଜୟ କୁମାର ଦାସ, ଅଶ୍ୱୁନୀ ଶତପଥୀ ପ୍ରମୁଖ ଯୋଗଦାନ କରିଥିଲେ। ସେହିପରି କଂଗ୍ରସର ବରିଷ୍ଠ କର୍ମୀ ନୃସଂହ ଚରଣ ସାହୁ, ନବ ପରିଡା, କେଦାର ନାୟକଙ୍କ ସମେତ ଶତାଧିକ କର୍ମୀ ବିଜେଡିରେ ସାମିଲ୍‌ ହୋଇଛନ୍ତି। ନୂତନ କର୍ମୀଙ୍କୁ ବିଧାୟିକା ଦଳୀୟ ପତାକା ଓ ଫୁଲହାର ଦେଇ ସ୍ବାଗତ କରିଥିଲେ। ଆଗାମୀ ଦିନରେ ଆହୁରୀ ୬ରୁ ୭ ଜଣ ସରପଞ୍ଚ ଓ ସମିତି ସଭ୍ୟ ଭାଜପା ଛାଡି ବିଜେଡିରେ ମିଶିବାର କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ କୁହାଯାଇଛି। ବରିଷ୍ଠ ବିଜେଡି ନେତା ଦେବେନ୍ଦ୍ର ଦାସ, ଜିଲାପରିଷଦ ସଦସ୍ୟ ଅଶୋକ ସାମଲ, ଯୁବ ନେତା ରଞ୍ଜନ ପଣ୍ଡା, ସରପଞ୍ଚ ସନ୍ତୋଷ ସାମଲ, କେଦାର ସାମଲ, ବିଚିତ୍ରାନନ୍ଦ ଜେନା ପ୍ରମୁଖ ମଞ୍ଚାସୀନ ଅତିଥିବଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri