Posted inଖେଳ

ବିଜେତା ଇଂଲଣ୍ଡକୁ ମିଳିଲା ନାହିଁ ଅସଲି ଟ୍ରଫି

ଲଣ୍ଡନ,୧୫।୭:୨୦୧୯ ଆଇସିସି ବିଶ୍ୱକପର ଫାଇନାଲ ମୁକାବିଲା କ୍ରିକେଟର ମକ୍କା କୁହାଯାଉଥିବା ଲର୍ଡସ ପଡିଆରେ ରବିବାର ଶେଷ ହୋଇଛି। ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଆୟୋଜକ ଇଂଲଣ୍ଡ ଷଷ୍ଠ ଦଳ ଭାବେ ବିଶ୍ୱକପ ଚାମ୍ପିୟନ ହୋଇଛି। ଏହା ସହିତ ଦୀର୍ଘ ୨୩ ବର୍ଷ ପରେ ଏକ ନୂଆ ଦଳ ବିଶ୍ୱକପ ଜିତିଛି। ଅନ୍ତିମଥର ଶ୍ରୀଲଙ୍କା ୧୯୯୬ରେ ନୂଆ ଦଳ ଭାବେ ବିଶ୍ୱକପ ଜିତିଥିଲା। କିନ୍ତୁ ଏଥର ବିଶ୍ୱବିଜେତା ଟିମକୁ ଅସଲି ଟ୍ରଫି ମିଳିନାହିଁ। ଆଇସିସି ନିଜ ପାଖରେ ଅସଲି ଟ୍ରଫି ରଖିଥିବାବେଳେ ଉକ୍ତ ଆକୃତିର ଆଉ ଟ୍ରଫି ଇଂଲଣ୍ଡ ଟିମକୁ ଦିଆଯାଇଥିଲା। ବିଶ୍ୱକପ ଟ୍ରଫିର ଓଜନ ୧୧ କିଲୋ। ସୁନା ଏବଂ ଚାନ୍ଦିରେ ଏହାକୁ ନିର୍ମାଣ କରାଯାଇଛି। ଟ୍ରଫି ମଝିରେ ଥିବା ଗ୍ଲୋବଟି ସୁନାରେ ତିଆରି ହୋଇଛି। ୬୦ ସେଣ୍ଟିମିଟର ଉଚ୍ଚତା ବିଶିଷ୍ଟ ଏହି ଟ୍ରଫି ପ୍ରଥମେ ୧୯୯୯ରେ ନିର୍ମାଣ କରାଯାଇଥିଲା। ଏହି ମ୍ୟାଚ୍‌ ଜିତିବା ପରେ ଇଂଲଣ୍ଡ ଦଳକୁ ୪୦ ଲକ୍ଷ ଡଲାର ଅର୍ଥାତ୍‌ ୨୮ କୋଟି ଟଙ୍କା ପୁରସ୍କାର ରାଶି ମିଳିଛି। ସେହିପରି ଉପବିଜେତା ନ୍ୟୁଜିଲାଣ୍ଡ ଦଳକୁ ୧୪ କୋଟି ଟଙ୍କା ପୁରସ୍କାର ଦିଆଯାଇଛି। ସେମିଫାଇନାଲରେ ପରାସ୍ତ ହୋଇଥିବା ଭାରତ ଏବଂ ଅଷ୍ଟ୍ରେଲିଆକୁ ୫-୫ କୋଟି ଲେଖାଁଏ ଟଙ୍କା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri