ବିଜେପୁର ଉପନିର୍ବାଚନ: ଗାଇସିଲେଟରୁ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର

ବରଗଡ଼ ଅଫିସ/ଗାଇସିଲେଟ,୧୧।୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଗାଇସିଲେଟରୁ ଦଳୀୟ ପ୍ରାର୍ଥୀ ସନତ ଗଡତିଆଙ୍କ ପ୍ରଚାର ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ତାଲପାଲିରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଥିଲେ, ମୁଖ୍ୟମନ୍ତ୍ରୀ ଗତ ୨୦୧୮ ଉପର୍ନିବାଚନ ସମ଼ୟରୁ ନିଜେ ବିଜେପୁରର ଦାୟିତ୍ବ ନେବି ବୋଲି ପ୍ରକାଶ କରି ଆସିଥିଲେ। ଗତ ସାଧାରଣ ନିର୍ବାଚନ ସମୟରେ ଏଠାରୁ ଦଳୀୟ ପ୍ରାର୍ଥୀ ହୋଇଥୂଲେ ଏବଂ ବିଜେପୁରବାସୀ ତାଙ୍କ ଉପରେ ଭରସା କରି ଭୋଟ ଦେଇ ଜିତାଇଥିଲେ। ମାତ୍ର ନବୀନ ହିଞ୍ଜିଳିକାଟୁ ଆସନ ନ ଛାଡି ବିଜେପୁର ଆସନକୁ କାହିଁକି ଛାଡି ଦେଲେ ବେଲି ସେ ପ୍ରଶ୍ନ କରିଥିଲେ। ସେହିପରି ଖୋଦ ମୁଖ୍ୟମନ୍ତ୍ରୀ ବିଜେପୁର ବିକାଶ ଦାୟିତ୍ବ ନେବି ବୋଲି କହିଥିଲେ ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ସ୍ବାସ୍ଥ୍ୟ, ଜଳସେଚନ, ପାନୀୟ ଜଳଯୋଗାଣ ବ୍ୟବସ୍ଥା ଭୁଶୁଡି ପଡ଼ିଛି ବୋଲି ଧର୍ମେନ୍ଦ୍ର କହିଥିଲେ ଏବଂ ଦଳୀୟ ପ୍ରାର୍ଥୀ ଗଡତିଆଙ୍କ ସପକ୍ଷରେ ମତଦାନ କରିବାକୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ ଲୋକସଭା ଏମ୍‌ପି ସୁରେଶ ପୂଜାରୀ, ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡା, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, କେ. ଭି ସିଂଦେଓ, ରାଜ୍ୟ ଉପସଭାପତି ଅଶ୍ବିନୀ ଷଡଙ୍ଗୀ, ଜିଲା ସଭାପତି ଅରୂପାନନ୍ଦ ସାହୁ, ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ, ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ, ଦଳୀୟ ପ୍ରାର୍ଥୀ ଗଡତିଆ ପ୍ରମୁଖ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri