ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି: ପଶ୍ଚିମ ଓଡ଼ିଶା ନେତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଆସନରେ ଗତ ଦୁଇଥର ଭଳି ବିଜୟଧାରା ବଜାୟ ରଖିବା ପାଇଁ ରଣକୌଶଳ ପ୍ରସ୍ତୁତ କରାଯାଇଛି। ସେହିକ୍ରମରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ବରିଷ୍ଠ ନେତାମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପନିର୍ବାଚନରେ ବିଜୟୀ ହେବା ସହ ଭୋଟ ବ୍ୟବଧାନ ଯେପରି ଆଖିଦୃଶିଆ ରହିବ, ସେଥିପ୍ରତି ଆଲୋଚନା କରାଯାଇଛି।
ବୈଠକରୁ ମିଳିଥିବା ସୂଚନାନୁଯାୟୀ ଦଳ ପକ୍ଷରୁ ତ୍ରିସ୍ତରୀୟ (ଥ୍ରୀ-ଟାୟାର) ସାଙ୍ଗଠନିକ ଦାୟିତ୍ୱ ଦିଆଯାଇଛି। ତୃଣମୂଳର ଶୀର୍ଷସ୍ତରରେ ୪ ପଶ୍ଚିମ ଓଡ଼ିଶା ନେତାଙ୍କୁ ଦାୟିତ୍ୱ ଦିଆଯାଇଛି। ଏମାନେ ହେଉଛନ୍ତି-ସୁଶାନ୍ତ ସିଂ(ବିଜେପୁର ବ୍ଲକ), ଦେବେଶ ଆଚାର୍ଯ୍ୟ(ବିଜେପୁର ଏନ୍‌ଏସି), ନବ ଦାସ(ଗାଇସିଲଟ) ଏବଂ ନିରଞ୍ଜନ ପୂଜାରୀ(ବରପାଲି)। ଏହା ବ୍ୟତୀତ ଗାଇସିଲଟ ବ୍ଲକରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସଞ୍ଜୟ ଦାସବର୍ମାଙ୍କୁ ବରପାଲି ବ୍ଲକର କେତେକ ପଞ୍ଚାୟତ ଦାୟିତ୍ୱ ମଧ୍ୟ ସ୍ବତନ୍ତ୍ର ଭାବେ ପ୍ରଦାନ କରାଯାଇଛି। ବିଜେପୁର ବ୍ଲକ/ଏନ୍‌ଏସି ଦାୟିତ୍ୱ ମନ୍ତ୍ରୀ ଅରୁଣ ସାହୁ, ଦିବ୍ୟଶଙ୍କର ମିଶ୍ର ଏବଂ କିଶୋର ମହାନ୍ତି ପ୍ରମୁଖଙ୍କୁ ଦିଆଯାଇଛି। ଉପରୋକ୍ତ ଦ୍ୱିସ୍ତରୀୟ ସାଙ୍ଗଠନିକ ଦାୟିତ୍ୱ ପରେ ପ୍ରତି ପଞ୍ଚାୟତରେ ଜଣେ ବିଧାୟକ ଏବଂ ଜଣେ ଦଳୀୟ ନେତାଙ୍କୁ ଦାୟିତ୍ୱ ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି।
ନବୀନ ନିବାସରେ ହୋଇଥିବା ଏହି ବୈଠକରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ , ବଲାଙ୍ଗୀରର ପୂର୍ବତନ ଏମ୍‌ପି କଳିକେଶ ନାରାୟଣ ସିଂଦେଓ ଏବଂ ଜିଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରଫୁଲ୍ଲ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ। ବୈଠକରେ ଗଣମାଧ୍ୟମକୁ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ଚଳିତ ମାସ ୩୦ରେ ବିଜେଡିର ବିଜେପୁର ପ୍ରାର୍ଥୀ ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ସମସ୍ତ କର୍ମୀ, ନେତା ଏବଂ ନିର୍ବାଚିତ ପ୍ରତିନିଧି ଶୃଙ୍ଖଳିତ ଢଙ୍ଗରେ ଦଳର ବିଜୟ ପାଇଁ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି। କାହା ନାମକୁ ବିଜେଡି ସଭାପତି ଚୂଡାନ୍ତ କରିଛନ୍ତି, ସେ ନେଇ ବୈଠକରେ ଥିବା କୌଣସି ନେତା ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲି ନ ଥିଲେ। ହେଲେ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ମୁଖ୍ୟତଃ ୩ଟି ନାଁ ଉପରେ ବିଚାରବିମର୍ଶ ସରିଛି। ଏମାନେ ହେଉଛନ୍ତି ପୂର୍ବତନ ବିଧାୟିକା ରୀତା ସାହୁ, ପୂର୍ବତନ ଏମ୍‌ପି ପ୍ରଭାସ ସିଂ ଏବଂ ଏପିକଲ୍‌ ଅଧ୍ୟକ୍ଷ ପ୍ରଭାତଆଦିତ୍ୟ ମିଶ୍ର। ସମ୍ଭବତଃ ରୀତାଙ୍କ ନାଁରେ ଦଳୀୟ ମୋହର ବାଜିବାର ଯଥେଷ୍ଟ ସମ୍ଭାବନା ରହିଛି। ସେହିପରି ଗୁରୁବାର ସା ସୁଦ୍ଧା ବିଜେଡି ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ବୋଲି ଜଣାପଡ଼ିଛି। ପର୍ଯ୍ୟବେକ୍ଷକ ପ୍ରଫୁଲ୍ଲ ମଲିକ ଏବଂ ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ସମ୍ପୂର୍ଣ୍ଣ ଉପନିର୍ବାଚନ ଦାୟିତ୍ୱରେ ସମନ୍ବୟ ରକ୍ଷା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri