ବିଜେପୁର ଉପନିର୍ବାଚନ : ମତଦାନ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ସୋମବାର ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ୨୮୫ଟି ଭୋଟ ଗ୍ରହଣ କେନ୍ଦ୍ର (ବୁଥ୍‌)ରେ ମତଦାନ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷରେ ଏହା ପୂର୍ବରୁ ଅର୍ଥାତ୍‌ ସକାଳ ୫ଟା ୫୦ ମିନିଟ୍‌ରୁ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ନିୟୋଜିତ ପ୍ରିଜାଇଡିଂ, ପୋଲିଂ ଅଫିସରଙ୍କ ସମେତ ଅନ୍ୟ ନିର୍ବାଚନ କର୍ମଚାରୀମାନେ ମକ୍‌ ପୋଲ କରିଥିଲେ। ତାହା ସୂଚାରୁଭାବେ ସମ୍ପାଦନ ହେବା ପରେ ନିିର୍ଦ୍ଧାରିତ ସମୟ ସକାଳ ୭ଟାରୁ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ମତଦାନ ଆରମ୍ଭ ହୋଇଛି। ସନ୍ଧ୍ୟା ୫ଟାରେ ମତଦାନ ସରିବାର କାର୍ଯ୍ୟକ୍ରମ ରହିଛି। ମତଦାନ ପାଇଁ ପ୍ରତି ବୁଥ୍‌ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
ସୂଚନାଯୋଗ୍ୟ, ଏହି ଉପନିର୍ବାଚନରେ ସମୁଦାୟ ୨ଲକ୍ଷ ୩୨ହଜାର ୨୬୪ ଭୋଟରଙ୍କ ପାଇଁ ମତଦାନ ବ୍ୟବସ୍ଥା ହୋଇଛି। ସେହିପରି ବରପାଲି ଅଞ୍ଚଳରେ ୮୪, ବିଜେପୁର ଅଞ୍ଚଳରେ ୧୦୬ ଏବଂ ଗାଇସିଲେଟ ଅଞ୍ଚଳରେ ୯୫ଟି ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri