ବିଜେପୁର ଏନ୍‌ଏସି ପକ୍ଷରୁ ଚଢ଼ାଉ: ମାସ୍କ ନ ପିନ୍ଧିବାରୁ ୨୮୦୦ ଜରିମାନା ଆଦାୟ

ବିଜେପୁର, ୨୦।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧି ଘରୁ ବାହାରକୁ ବାହାରିବାକୁ ସରକାରଙ୍କ ପକ୍ଷରୁ ପକ୍ଷରୁ ବାରମ୍ବାର ଅନୁରୋଧ କରାଯାଉଛି। ଏହା ସତ୍ତ୍ବେ କିଛି ଅମାନିଆ ଏହାକୁ ମାନୁ ନାହାଁନ୍ତି। ଏ ନେଇ ବରଗଡ଼ ଜିଲା ବିଜେପୁର ଏନ୍‌ଏସି ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଉଛି। ରବିବାର ସନ୍ଧ୍ୟାରୁ ସୋମବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଏମଗଣ୍ଡପାଲି, ବାଉଁଶପୋଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ମାସ୍କ ପିନ୍ଧି ନ ଥିବା ୧୪ଜଣ ଅମାନିଆଙ୍କ ନିକଟରୁ ୨୮୦୦ଟଙ୍କା ଜରିମାନା ଆଦାୟ କରାଯାଇଛି। ପୂର୍ବରୁ ୯ଜଣ ଅମାନିଆଙ୍କ ନିକଟରୁ ୧୮୦୦ଟଙ୍କା ଜରିମାନା ଆଦାୟ ହୋଇଥିଲା। ମାଜିଷ୍ଟ୍ରେଟ ଦାୟିତ୍ତ୍ବରେ ତହସିଲଦାର କୁଳମଣି ରଣବିଡା, ଏନ୍‌ଏସି କାର୍ଯ୍ୟନନିର୍ବାହୀ ଅଧିକାରୀ ରୁକ୍ମଣ ମେହେର ପୋଲିସ କର୍ମଚାରୀମାନଙ୍କୁ ନେଇ ଏହି ଚଢ଼ାଉ କରିଥିଲେ। ଉକ୍ତ ଚଢ଼ାଉ ଯୋଗୁ ଅଞ୍ଚଳରେ କୋକୁଆ ଭୟ ସୁଷ୍ଟି ହେବା ସହ ଜନସାଧାରଣରେ ସଚେତନତା ଦେଖାଦେଇଥିବା ପରିଲକ୍ଷିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri