ବିଜେପୁର ଡାକ୍ତରଖାନରେ ଖାଲିପଡ଼ିଥିବା ପଦବୀପୂରଣ ଦାବି: ୧୯ରେ ଅନଶନ ଚେତାବନୀ

ବରଗଡ଼ ଅଫିସ,୪।୬: ବରଗଡ଼ ଜିଲା ବିଜେପୁର ଡାକ୍ତରଖାନାରେ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀଗୁଡ଼ିକ ଦୀର୍ଘଦିନ ହେଲା ଖାଲି ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଅଞ୍ଚଳବାସୀ ପକ୍ଷରୁ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଏନ. କେ. ପାଢୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଆସନ୍ତା ୧୫ ଦିନ ମଧ୍ୟରେ ଖାଲିପଡ଼ିଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ପୂରଣ କରିବାକୁ ସ୍ମାରକପତ୍ରରେ ଉଲ୍ଲେଖ ରହଛି। ଦାବି ପୂରଣ ନ ହେଲେ ଆସନ୍ତା ୧୯ ତାରିଖ ଡାକ୍ତରଖାନା ସମ୍ମୁଖରେ ଅଞ୍ଚଳବାସୀ ଅନଶନରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ସୁଶାନ୍ତ କୁମାର ଗଡତିଆ, ସଚ୍ଚିଦାନନ୍ଦ ପାତ୍ର, ମାନସ ରଞ୍ଜନ ମେହେର, ଦୀପକ ସାହୁ ପ୍ରମୁଖ ଏଥିରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri