ବିଜେପୁରରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସଂକ୍ରମିତ ଚିହ୍ନଟ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ପ୍ରଶାସନ

ବିଜେପୁର, ୫।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ କ୍ରମଶଃ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ଜିଲାରେ ୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବିଜେପୁର ବ୍ଲକର ୮ଜଣ ଅଛନ୍ତି। ଫଳରେ ଏହା ପ୍ରଶାସନ ପାଇଁ ଚିନ୍ତାର ବିଷୟ ହୋଇଛି। ସମ୍ପୃକ୍ତ ସଂକ୍ରମିତ ବ୍ୟକ୍ତିମାନେ ତାମିଲନାଡୁ ଫେରନ୍ତା। ଏବେ ବି ବିଭିନ୍ନ କ୍ବାରାଣ୍ଟାଇନ ସେଣ୍ଟରରେ ବହୁ ତାମିଲନାଡୁ ଫେରନ୍ତା ରହିଛନ୍ତି। ତେଣୁ ସଂକ୍ରମିତ ସଂଖ୍ୟା ବଢ଼ିବାର ଆଶଙ୍କା ରହିଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇଛନ୍ତି। ତେବେ ସଂକ୍ରମିତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜାରିଂ, ସାତବନ୍ଧ, ବାନ୍ଦୁପାଲି, କନପୁରୀ, ବେନିଆଁଚାଲ, ଦର୍ଲିପାଲି, ପୁଟୁକା, କନଡିହି, ଆଇମାଳ, ମସନାବାହାଲ ଆଦିକୁ ପ୍ରଶାସନ ପକ୍ଷରୁ କନ୍‌ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇ ରାସ୍ତାକୁ ସିଲ୍‌ କରାଯାଇଛି। ନୂତନ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟ୍ରେସିଂ କରାଯାଉଥିବା ଜଣାପଡିଛି। ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ତହସିଲଦାର କୁଳମଣି ରଣବିଡା, ବିଡିଓ ପଦ୍ମନାଭ ସାମନ୍ତ ରାୟ ବିଭିନ୍ନ କନ୍‌ଣ୍ଟେନ୍‌ମେଣ୍ଟ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ନିରୀକ୍ଷଣ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri