ବିଜ୍ଞାପନ କରି ଅଡୁଆରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏକ ନାମୀଦାମୀ ବ୍ରାଣ୍ଡ ଓ୍ବାଶିଂ ପାଉଡରର ବିଜ୍ଞାପନ କରି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ମରାଠା ଯୋଦ୍ଧାଙ୍କ ପରିହାସ କରିଥିବା ନେଇ ଅକ୍ଷୟଙ୍କ ନାଁରେ ଅଭିଯୋଗ ହୋଇଛି। ଏନେଇ ଲୋକମାନେ ତାଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ମରାଠା ଯୋଦ୍ଧାଙ୍କ ରାଜା ହୋଇଥିବା ଅକ୍ଷୟ ଶତ୍ରୁଙ୍କ ସହ ଯୁଦ୍ଧ କରି ଫେରିବା ପରେ ତାଙ୍କୁ ଓ ସେନାକୁ ସ୍ବାଗତ କରାଯାଇଥାଏ। ତେବେ ମଇଳା କପଡାକୁ ଦେଖି ଜଣେ ସୈନ୍ୟଙ୍କ ସ୍ତ୍ରୀ ବ୍ୟଙ୍ଗ କରିଥାନ୍ତି। ସ୍ତ୍ରୀଙ୍କ ବ୍ୟଙ୍ଗ ପରେ ଅକ୍ଷୟ ଏକ ମଜାଳିଆ ଡ୍ୟାନ୍ସ କରି ନିଜ କପଡ଼ା ଧୋଉଥିବାର ଏହି ବିଜ୍ଞାପନ ଭିଡିଓରେ ଦେଖିବାକୁ ମିଳିଛି। ମରାଠା ଯୋଦ୍ଧାଙ୍କ ରାଜା ହୋଇଥିବା ଅକ୍ଷୟଙ୍କ ଏହି ଡ୍ୟାନ୍ସ ଓ କପଡ଼ା ଧୋଇବାକୁ ନେଇ ଲୋକମାନେ ଆପତ୍ତି ଜଣାଇଛନ୍ତି। ଏନେଇ ଲୋକମାନେ ମୁମ୍ବାଇ ଓ୍ବର୍ଲି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗରେ ଲେଖାଅଛି ଅକ୍ଷୟ ମରାଠା ସଂସ୍କୃତିକୁ ପରିହାସ କରି ଲୋକଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛନ୍ତି। ଏଥିପାଇଁ ଅକ୍ଷୟ କ୍ଷମା ମାଗିବା ଉଚିତ। ଅପରପକ୍ଷେ ଏହି ବିଜ୍ଞାପନକୁ ସୋସିଆଲ ମିଡିଆରେ ଶେୟାର କରାଯାଇ ଅକ୍ଷୟଙ୍କୁ ଟ୍ରୋଲ କରାଯାଇଛି। ୟୁଜର୍ସମାନେ ଅକ୍ଷୟଙ୍କୁ ଟ୍ରୋଲ କରି ଭିନ୍ନ ଭିନ୍ନ କମେଣ୍ଟ ଦେଇଥିବା ଜଣାପଡ଼ିଛି। ସେହିପରି ବିଜ୍ଞାପନ ତିଆରି କରିଥିବା କମ୍ପାନୀ ମଧ୍ୟ ଏହି ସମାଲୋଚନାର ଶିକାର ହୋଇଛି। ଟୁଇଟରରେ ଏବେ #Boycott Nirma ଟ୍ରେଣ୍ଡ କରୁଛି। ହେଲେ ଏନେଇ ଏବେ ପର୍ଯ୍ୟନ୍ତ ଅକ୍ଷୟ ଓ ବିଜ୍ଞାପନ କମ୍ପାନୀ ପକ୍ଷରୁ କୌଣସି ପ୍ରତିକ୍ରିୟା ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?