ବିଜ୍ଞାପିତ ଅଞ୍ଚଳ ହେବ ପାଲଲହଡ଼ା: ମନ୍ତ୍ରୀ

ପାଲଲହଡ଼ା/ପବିତ୍ରନଗର, ୨୪ା୧୦(ଡି.ଏନ.ଏ.) – ରାଜ୍ୟ ପଞ୍ଚାୟତିରାଜ ତଥା ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ବୁଧବାର ପାଲଲହଡ଼ା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିସହ କେନ୍ଦ୍ରୀୟ ଗଜଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ଆୟୋଜିତ ମେଲଣ ଉତ୍ସବରେ ଯୋଗ ଦେଇଥିଲେ। ଏହି ଅବସରରେ ମନ୍ତ୍ରୀ କହିଲେ, ଆଗାମୀ ପୌର ନିର୍ବାଚନ ପୂର୍ବରୁ ପାଲଲହଡ଼ା ଉପଖଣ୍ଡକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଘୋଷଣା କରାଯିବ। ଏହାସହ ସଦରମହକୁମାରେ ଏକ ଟାଉନ ହଲ ନିର୍ମାଣ ପାଇଁ ବିଭାଗ ପକ୍ଷରୁ ଅନୁଦାନ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଜେନା ଘୋଷଣା କରିଥିଲେ। ମନ୍ତ୍ରୀ ବ୍ଲକର ଖମାର ପଞ୍ଚାୟତର ନିମିରିବେଡାଠାରେ ନିର୍ମିତ ଏକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ, ବାଲିପଶି ପଞ୍ଚାୟତ ବାଲିପଶି ଗ୍ରାମରେ ନିର୍ମିତ ନୂତନ ପଞ୍ଚାୟତ ଦୋକାନ ଗୃହକୁ ଉଦ୍‌ଘାଟନ କରିଥିଲେ। ଶେଷରେ ପାଲଲହଡ଼ା ଷ୍ଟାଡିୟମଠାରେ ଏକ ମୁକ୍ତାକାଶ ବ୍ୟାୟାମ ଶାଳା ଏବଂ ୬ଟି ସରକାରୀ ବାସଗୃହ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ମନ୍ତ୍ରୀଙ୍କ ଉକ୍ତ ଘୋଷଣା ପରେ କେନ୍ଦ୍ରୀୟ ଗଜଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ଧନ୍ୟବାଦ ଜଣାଯାଇଥିଲା। ସେହିପରି ମନ୍ତ୍ରୀ ଜେନା କଣିହାଁ ବ୍ଲକର ପବିତ୍ରନଗର ଗସ୍ତ କରି ପରାବିଲ ପଞ୍ଚାୟତ କାର୍ଯ୍ୟାଳୟଠାରେ ନବର୍ନିମିତ କଲ୍ୟାଣ ମଣ୍ଡପ, କର୍ଣ୍ଣପାଳ ପଞ୍ଚାୟତ ଶିପୁର ସ୍ଥିତ ନନ୍ଦକିଶୋର ହାଇସ୍କୁଲର ଅତିରିକ୍ତ ଶ୍ରେଣୀଗୃହ ଉଦ୍‌ଘାଟନ କରିଥିଲେ। ଏଥିସହ ସ୍କୁଲରେ ଶୌଚାଳୟ ନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ମନ୍ତ୍ରୀଙ୍କ ସହ ପାଲଲହଡ଼ା ବିଧାୟକ ମୁକେଶ ପାଳ, ଜିଲାପାଳ ମନୋଜ କୁମାର ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ ଚମ୍ପତିରାୟ, ବ୍ଲକ ଅଧ୍ୟକ୍ଷା ନମିତା ସାହୁ, ବିଡିଓ ରମେଶ ଜେନା, ସରପଞ୍ଚ ବଂଶୀଧର ସାହୁ, ସମିତି ସଭ୍ୟ ମନୋଜ ପ୍ରଧାନ, ବ୍ଲକ ବିଜେଡି ସଭାପତି କୈଳାସ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?