ବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର ବିଧାନସଭା ଆସନଗୁଡିକରେ ବିଜେଡି ଉତ୍ତମ ପ୍ରଦର୍ଶନ କରିଛି। ନବୀନଙ୍କ ଏହି ସଫଳତାକୁ ନେଇ ଚାରିଆଡୁ ଧନ୍ୟବାଦର ସୁଅ ଛୁଟୁଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରଥମେ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ମାଧ୍ୟମରେ ମୋଦି କହିଛନ୍ତି ଯେ, ଓଡ଼ିଶାରେ ପୁଣିଥରେ ବିଜୟ ପାଇଁ ନବୀନବାବୁଙ୍କୁ ଅଭିନନ୍ଦନ। ଆଗାମୀ ଶାସନକାଳ ପାଇଁ ତାଙ୍କୁ ଅଜସ୍ର ଶୁଭେଚ୍ଛା। ପ୍ରଧାନମନ୍ତ୍ରୀ ଉଭୟ ଓଡ଼ିଆ ଏବଂ ଇଂଲିଶରେ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀଙ୍କ ଟୁଇଟ୍‌ର କିଛି ସମୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସହ ଫୋନ୍‌ରେ କଥା ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ କୁହାଯାଇଛି। କେନ୍ଦ୍ରରେ ଲଗାତର ଦ୍ୱିତୀୟ ଥର ପାଇଁ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଗଠନ ହେବାକୁ ଯାଉଛି। ଏହି ସଫଳତା ପାଇଁ ନବୀନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ମଧ୍ୟ ନବୀନଙ୍କ ସଫଳତା ପାଇଁ କୃତଜ୍ଞତା ଜଣାଇଛନ୍ତି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆରଏସ୍‌ ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ ମଧ୍ୟ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri