ବିଜୟ ଶର୍ମା ହୋଇପାରନ୍ତି ପୋଲିସ ଡିଜି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଡା. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ରାଜ୍ୟ ସରକାର ମନୋନୀତ କରିଥିବା ନେଇ ଚର୍ଚ୍ଚା ହେଉଛି। ଡା. ଶର୍ମା ଲୋକାୟୁକ୍ତ ସଦସ୍ୟ ନିଯୁକ୍ତ ହେଲେ ନୂଆ ଡିଜିପି କାହାକୁ ନିଯୁକ୍ତ କରାଯିବ ସେ ନେଇ କଳ୍ପନାଜଳ୍ପନା ଆରମ୍ଭ ହେଲାଣି। ଏଥିରେ ୧୯୮୬ ବ୍ୟାଚ୍‌ର ଆଇପିଏସ୍‌ ଅଫିସରଙ୍କ ନାମ ଆଗକୁ ଆସୁଛି। ଏମାନଙ୍କ ମଧ୍ୟରୁ ଆଗଧାଡ଼ିରେ ଅଛନ୍ତି ଅଗ୍ନିଶମ ସେବା ଓ ହୋମଗାର୍ଡ ଡିଜି ଥିବା ବିଜୟ କୁମାର ଶର୍ମା। କେନ୍ଦ୍ରୀୟ ଡେପୁଟେଶନରେ ଥିବା ଆଇପିଏସ୍‌ ଅଫିସର ଅଭୟ, ପ୍ରଦୀପ କପୁର, ଏମ୍‌. ନାଗେଶ୍ୱର ରାଓଙ୍କ ନାମ ମଧ୍ୟ ଏହି ପଦବୀ ଲାଗି ତାଲିକାରେ ଥିବା କୁହାଯାଉଛି। ଅନୁରୂପ ଭାବେ ସ୍ବତନ୍ତ୍ର ଡିଜିପି ସୁନୀଲ ରୟ, ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ତଥା ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି ଏବଂ ଏମ୍‌.କେ. ଛାବ୍ରାଙ୍କ ନାମ ମଧ୍ୟ ଆଲୋଚନା ପରିସରକୁ ଆସୁଛି।
ପୂର୍ବରୁ ରାଜ୍ୟ ସରକାର ଜଣଙ୍କୁ ପୋଲିସ ଡିଜି ଭାବେ ମନୋନୀତ କରୁଥିଲେ। ଏବେ ଡିଜି ବଦଳିବା ନିୟମରେ ପରିବର୍ତ୍ତନ ହୋଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଡିଜି ପାହ୍ୟାରେ ଥିବା ଅଧିକାରୀଙ୍କ ନାମ ଚୟନ କରି ରାଜ୍ୟ ସରକାର କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ନିକଟକୁ ନାମ ତାଲିକା ପଠାଇବେ। ଭିଜିଲାନ୍ସ ମାମଲା ରହିଛି କି ନାହିଁ ଏବଂ କାର୍ଯ୍ୟକାଳ ଅନ୍ତତଃ ଦୁଇବର୍ଷ ରହିଥିବା ଆଦି ଦିଗକୁ ଦେଖି ୟୁପିଏସ୍‌ସି ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ଭାବ୍ୟ ତାଲିକାରୁ ୩ଜଣଙ୍କ ନାମ ଚୟନ କରିବେ। ସେଥିରୁ ରାଜ୍ୟ ସରକାର ଜଣଙ୍କୁ ଡିଜିପି ଭାବେ ମନୋନୀତ କରିବେ। ଏହି ଆଧାରରେ ପ୍ରଥମଥର ରାଜ୍ୟରେ ଡିଜିପି ଚୟନ କରାଯିବ। ସୂଚନାଥାଉ କି, ଗତ ସାଧାରଣ ନିର୍ବାଚନ ସମୟରେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା ଛୁଟିରେ ଥିବାବେଳେ ବିଜୟ କୁମାର ଶର୍ମାଙ୍କୁ ଦାୟିତ୍ୱ ଦିଆଯାଇଥିଲା। କର୍ତ୍ତବ୍ୟ ସୁଚାରୁରୂପେ ପାଳନ କରିଥିବାରୁ ସେ ସରକାରଙ୍କ ଶୁଭଦୃଷ୍ଟିରେ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri