Posted inଖେଳ

ବିଜୟ ହଜାରେ ଟ୍ରଫି: ଶୁଭ୍ରାଂଶୁଙ୍କ ଶତକରେ ଜିତିଲା ଓଡ଼ିଶା

ଭୁବନେଶ୍ୱର, ୧୦।୧୦(କ୍ରୀଡ଼ା ପ୍ରତିନିଧି)- ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ଅପରାଜିତ ଶତକ ବଳରେ ଓଡ଼ିଶା ସୋମବାର ଭଦୋଦରାରେ ଅନୁଷ୍ଠିତ ବିଜୟ ହଜାରେ ଟ୍ରଫି ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚରେ ମହାରାଷ୍ଟ୍ରକୁ ୩ ଉଇକେଟରେ ପରାସ୍ତ କରିଛି। ମହାରାଷ୍ଟ୍ର ପକ୍ଷରୁ ଧାର୍ଯ୍ୟ ୨୬୦ ରନ ବିଜୟ ଲକ୍ଷ୍ୟକୁ ଓଡ଼ିଶା ୪୯.୧ ଓଭରରେ ୭ ଉଇକେଟ ହରାଇ ହାସଲ କରି ନେଇଥିଲା। ଟୁର୍ନାମେଣ୍ଟରେ ଏହାଥିଲା ଓଡ଼ିଶାର ଦ୍ୱିତୀୟ ବିଜୟ। ମ୍ୟାଚ୍‌ରୁ ୪ ପଏଣ୍ଟ ଅର୍ଜନ କରିଥିବା ଦଳ ଏବେ ମୋଟ ୧୪ ପଏଣ୍ଟ ସହ ଗ୍ରୁପ୍‌ ବି’ର ୬ଷ୍ଠ ସ୍ଥାନରେ ରହିଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ମହାରାଷ୍ଟ୍ର ଅଧିନାୟକ କେଦାର ଯାଦବ ଓ ରାହୁଲ ତ୍ରିପାଠୀଙ୍କ ଅର୍ଦ୍ଧଶତକ ବଳରେ ୫୦ ଓଭରରେ ୮ ଉଇକେଟ ହରାଇ ୨୫୯ ରନ୍‌ କରିଥିଲା। ଦଳ ପକ୍ଷରୁ ରାହୁଲ ସର୍ବାଧିକ ୬୯, ଅଧିନାୟକ କେଦାର ୬୨, ଋତୁରାଜ ଗାଏକ୍ୱାଡ ୩୯ ଓ ନୌଶାଦ ଶେଖ ୩୧ ରନ୍‌ କରିଥିଲେ। ଓଡ଼ିଶା ବୋଲରଙ୍କ ମଧ୍ୟରେ ସୂର୍ଯ୍ୟକାନ୍ତ ୯ ଓଭର ବୋଲିଂ କରି ୫୦ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ଅଭିଷେକ ରାଉତ ଓ ଗୋବିନ୍ଦ ପୋଦ୍ଦାର ୨ ଲେଖାଏ ଉଇକେଟ ଅକ୍ତିଆର କରିଥିବାବେଳେ ଦୀପକ ବେହେରା ଗୋଟିଏ ସଫଳତା ପାଇଥିଲେ। ୨୬୦ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଓଡ଼ିଶା ପକ୍ଷରୁ ଅଧିନାୟକ ଇନିଂସ ଖେଳିଥିଲେ ଶୁଭ୍ରାଂଶୁ ସେନାପତି। ସେ ୧୩୦ ବଲର ସମ୍ମୁଖୀନ ହୋଇ ୮ ଚୌକା ଓ ୨ ଛକା ସହାୟତାରେ ୧୧୯ ରନକରି ଅପରାଜିତ ରହିଥିଲେ। । ତାଙ୍କୁ ସନ୍ଦୀପ ପଟ୍ଟନାୟକ (୨୭), ଅଭିଷେକ ଯାଦବ (୧୭), ଅଭିଷେକ ରାଉତ (୨୪), ସୁଜିତ ଲେଙ୍କା (୨୬), ଦୀପକ ବେହେରା (୧୮ ରନ) ଉପଯୁକ୍ତ ସହାୟତା କରିଥିଲେ। ମହାରାଷ୍ଟ୍ର ପକ୍ଷରୁ ଆଜିମ କାଜି ୨ଟି ଏବଂ ସମଦ ଫଲ୍ଲା, ମୁକେଶ ଚୌଧାରୀ, ସତ୍ୟଜିତ ବଚ୍ଚାଭ ଓ କେଦାର ଯାଦବ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ମହାରାଷ୍ଟ୍ର ୫୦ ଓଭରରେ ୨୫୮/୮(ରାହୁଲ-୬୯, କେଦାର-୬୨, ଋତୁରାଜ-୩୯, ନୌସାଦ-୩୧, ସୂର୍ଯ୍ୟକାନ୍ତ-୩/୫୦, ଅଭିଷେକ-୨/୪୧, ଗୋବିନ୍ଦ-୨/୫୫, ଦୀପକ-୧/୩୫)। ଓଡ଼ିଶା ୪୯.୧ ଓଭରରେ ୨୬୦/୭(ଶୁଭ୍ରାଂଶୁ-୧୧୯, ସନ୍ଦିପ-୨୭, ସୁଜିତ-୨୬, ଆଜିମ-୨/୪୫)।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri