Posted inଖେଳ

ବିଜୟ ହଜାରେ ଟ୍ରଫି: ସଞ୍ଜୁ ସାମସନଙ୍କ ଦ୍ୱିଶତକ

ଅଲୁର,୧୩।୧୦- ଏଠାରେ ଚାଲିଥିବା ବିଜୟ ହଜାରେ ଟ୍ରଫିର ଦିନିକିଆ ଟୁର୍ନାମେଣ୍ଟରେ ଗୋଆ ବିପକ୍ଷ ମ୍ୟାଚ୍‌ରେ କେରଳର ସଞ୍ଜୁ ସାମସନ ଦ୍ୱିଶତକ ହାସଲ କରିଛନ୍ତି। ସେ ୧୨୯ ବଲର ସମ୍ମୁଖୀନ ହୋଇ ୨୧୨ ରନ୍‌ କରିଛନ୍ତି। ତାଙ୍କର ଏହି ବିସ୍ଫୋରକ ଇନିଂସରେ ୨୧ ଚୌକା ଓ ୧୦ ଛକା ରହିଛି। ଏହା ପ୍ରଥମ ଶ୍ରେଣୀ କ୍ରିକେଟରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଲାଗି ସର୍ବାଧିକ ବ୍ୟକ୍ତିଗତ ସ୍କୋର। ଉଇକେଟକିପର ବ୍ୟାଟ୍ସମ୍ୟାନ ପ୍ରଥମ ଶତକକୁ ଦ୍ୱିଶତକରେ ପରିଣତ କରିଛନ୍ତି। ସେ ଉତ୍ତରାଖଣ୍ଡର କର୍ନ କୌଶାଲ(୨୦୨)ଙ୍କୁ ପଛରେ ପକାଇ ଦେଇଛନ୍ତି। ଏଭଳି ଇନିଂସ ଯୋଗୁ କେରଳ ଧାର୍ଯ୍ୟ ୫୦ ଓଭରରେ ୩ ଉଇକେଟ ହରାଇ ୩୭୭ ରନ୍‌ କରିଛି। ଜବାବରେ ଗୋଆ ଶେଷ ପର୍ଯ୍ୟନ୍ତ ଖେଳି ୮ ଉଇକେଟ ହରାଇ ୨୭୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଫଳରେ କେରଳ ୧୦୪ ରନ୍‌ରେ ମ୍ୟାଚ୍‌କୁ ଜିତି ନେଇଛି। ସାମସନଙ୍କ ବ୍ୟତୀତ ସଚିନ ବେବି ୧୨୭ ରନ୍‌ କରିଛନ୍ତି। ସାମସନ ଓ ସଚିନ ତୃତୀୟ ଉଇକେଟ ପାଇଁ ୩୩୮ ରନ୍‌ର ରେକର୍ଡ ଭାଗୀଦାରି କରିଥିଲେ। ଏହା ଦେଶର ପ୍ରଥମ ଶ୍ରେଣୀ କ୍ରିକେଟରେ ଯେକୌଣସି ଉଇକେଟ ପାଇଁ ସର୍ବାଧିକ ଭାଗୀଦାରି। ସଞ୍ଜୁଙ୍କ ୨୧୨ ରନ୍‌ର ଇନିଂସ ବିଶ୍ୱର ପ୍ରଥମ ଶ୍ରେଣୀ କ୍ରିକେଟରରେ ଜଣେ ଉଇକେଟକିପରଙ୍କ ଦ୍ୱାରା ସର୍ବାଧିକ ସ୍କୋର। ପାକିସ୍ତାନର ଆବିଦ ଅଲି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେ ଇସଲାମାବାଦ ବିପକ୍ଷରେ ପେଶଓ୍ବାର ପକ୍ଷରୁ ଖେଳି ୨୦୯ ରନ୍‌ କରିଥିଲେ। ସାମସନ ଦେଶର ୬ଷ୍ଠ ବ୍ୟାଟ୍ସମ୍ୟାନ ଭାବେ ୫୦ ଓଭର ବିଶିଷ୍ଟ ମ୍ୟାଚ୍‌ରେ ଦ୍ୱିଶତକ ଲଗାଇଛନ୍ତି। ଏହି ତାଲିକାରେ କିମ୍ବଦନ୍ତୀ ସଚିନ ତେନ୍ଦୁଲକର, ବୀରେନ୍ଦ୍ର ସେହ୍ବାଗ, ରୋହିତ ଶର୍ମା(ସମସ୍ତେ ଦିନିକିଆରେ), ଶିଖର ଧାଓ୍ବନ ଓ କର୍ନ କୌଶାଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri