Odisha Elections 2024

ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ

ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ। ରାମାୟଣ ଅନୁସାରେ ଏହି ଦିନ ପ୍ରଭୁ ମା ଦୁର୍ଗାଙ୍କୁ ୧୦୮ ପଦ୍ମ ଅର୍ପଣ କରିବା ସହିତ ଲଙ୍କାଧୀଶ ରାବଣକୁ ବଧକରି ମା’ସୀତାଙ୍କୁ ଉଦ୍ଧାର କରି ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରିଥିଲେ। ଏହି ଅବସରରେ ରାତି ୮ଟାରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପାଇ ବିଜେ ପ୍ରତିମା ମଣି ବିମାନରେ ବିଜେ କରି ପଟୁଆରରେ ନଗର ଭ୍ରମଣ କରିଥିଲେ। ଶ୍ରୀଜୀଉଙ୍କ ପଟୁଆରରେ ଛତ୍ରୀ, ତ୍ରାସ, ଘୋଡା, ବାଘ ନାଚ ସହିତ ବାଣ ରୋଶଣି ସ୍ଥାନ ପାଇଥିଲା। ବିଜୟ ମଣ୍ଡପ ସାହି ମୁଣ୍ଡରେ ଥିବା ଦଶହରା ମଣ୍ଡପରେ ଶ୍ରୀଜୀଉଙ୍କୁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା । ପୁନଶ୍ଚ ଶ୍ରୀଜୀଉ ପଟୁଆରରେ ନଗର ଭ୍ରମଣ ସାରି ରାତି ପ୍ରାୟ ୧୦ଟାରେ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ । ରାତ୍ରଧୂପ ଓ ବଡ ସିଂହାର ନୀତି ପରେ ରାତି ୧୧ଟାରେ ମନ୍ଦିର ପହୁଡ ହୋଇଥିଲା । ପାଳିଆ ପଣ୍ଡା ସଞ୍ଜୀବ ନନ୍ଦ, ମନ୍ଦିର ପରିଚ୍ଛା ହରିବନ୍ଧୁ ଷଡଙ୍ଗୀ, ମନ୍ଦିର ପରିଚାଳକ ଜିତେନ୍ଦ୍ର କୁମାର ମିଶ୍ର, ପୂଜକ ପରିଷଦ କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶ୍ରୀରଘୁନାଥଜୀଉଙ୍କ ପାର୍ଶ୍ୱ ଦେବଦେବୀ ଭାବେ ପୂଜିତ ମା’ ଦୁର୍ଗାଙ୍କ ପୀଠରେ ମହା ସପ୍ତମୀ, ମହା ଅଷ୍ଟମୀ, ନବମୀ ଓ ଦଶମୀରେ ଷୋଡଶ ଉପଚାରରେ ପୂଜାର୍ଚ୍ଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭%...

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ...

ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ, ୧୧୦-୧୨୦ ବେଗରେ ଛୁଇଁବ ଉପକୂଳ

ଭୁବନେଶ୍ୱର,୨୫ା୫: ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି।...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ...

ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri