ବେଗୁନିଆପଡ଼ା,୨୧ା୨(ଡି.ଏନ.ଏ.) – କୋଦଳା ଥାନା ବୁରୁଝରି ଗ୍ରାମର ବିଜୟାଲକ୍ଷ୍ମୀ ହତ୍ୟାକାଣ୍ଡର ୯ମାସପରେ ପର୍ଦ୍ଦାଫାଶ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। କୋଦଳା ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍ଡିପିଓ, କୋଦଳା ଓ ବେଗୁନିଆପଡା ଥାନା ଅଧିକାରୀ ଉପସ୍ଥିତ ରହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ୩୧ ମାର୍ଚ୍ଚ ୨୦୧୯ରେ ବୁରୁଝରି ଗ୍ରାମର ବିଶ୍ୱନାଥ ନାୟକଙ୍କ ସ୍ତ୍ରୀ ବିଜୟାଲକ୍ଷ୍ମୀ ନାୟକ (୨୮) ଘରେ ଏକୁଟିଆ ଥିଲେ। ଗ୍ରାମର ବିନାୟକ ସାହୁ (୨୬) ନାମକ ଜଣେ ଯୁବକ ମହିଳାଙ୍କୁ ହତ୍ୟା କରି ଫେରାର ହୋଇଯାଇଥିଲେ। ପରଦିନ ମହିଳାଙ୍କ ଦେଢଶୂର ନିରଞ୍ଜନ ନାୟକ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ଆରମ୍ଭ କରିବା ସହ ବିନାୟକକୁ ସନ୍ଦେହରେ ଥାନାକୁ ନେଇ ଜେରା କରି ଛାଡ଼ିଥିଲା। ତଥାପି ତାଙ୍କ ଉପରେ ନଜର ରହିଥିଲା। ଇତିମଧ୍ୟରେ ପ୍ରୋବେସନରେ ଆସିଥିବା ଆଇପିଏସ୍ ଅଧିକାରୀ ଅବିନାଶ ସିଂ ବୁରୁଝରି ଆସିବା ପରେ ସର୍ଜମିନ ତଦନ୍ତ କରି ଫେରିବା ସହ କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି ଓ ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପୁଣି ବିନାୟକଙ୍କୁ ନେଇ ତଦନ୍ତକୁ ଆଗେଇ ଥିଲେ। ବିନାୟକ ଉକ୍ତ ମହିଳାଙ୍କୁ ହତ୍ୟା କରିଛି ବୋଲି ମାନିଥିଲା। ପରେ ତାଙ୍କୁ ଗିରଫ କରି କୋଦଳା ଥାନା କେସ୍ ନଂ.୭୮/୧୯ରେ କୋର୍ଟ ଚାଲାଣ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ରକ୍ତଭିଜା କାଠ ଫାଳିଆ ଓ ରୁମାଲକୁ ପୋଲିସ ଜବତ କରିଛି। ହତ୍ୟାକାଣ୍ଡର କାରଣ ଓ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଥିବାନେଇ ଖବରଦାତାଙ୍କ ପ୍ରଶ୍ନକୁ ତଦନ୍ତରେ ବ୍ୟାଘାତ ସୃଷ୍ଟି ହେବା ଆଶଙ୍କାରେ ଏସଡିପିଓ ସୀମା ସ୍ବାଇଁ ଅଧିକ କିଛି କହିବାକୁ ମନା କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…
କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...
ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା
ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...
ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…
ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...
ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର
ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ
ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...
୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
Archives


