ବିଜୟାଲକ୍ଷ୍ମୀ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ, ରକ୍ତଭିଜା କାଠଫାଳିଆ ଜବତ

ବେଗୁନିଆପଡ଼ା,୨୧ା୨(ଡି.ଏନ.ଏ.) – କୋଦଳା ଥାନା ବୁରୁଝରି ଗ୍ରାମର ବିଜୟାଲକ୍ଷ୍ମୀ ହତ୍ୟାକାଣ୍ଡର ୯ମାସପରେ ପର୍ଦ୍ଦାଫାଶ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। କୋଦଳା ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍‌ଡିପିଓ, କୋଦଳା ଓ ବେଗୁନିଆପଡା ଥାନା ଅଧିକାରୀ ଉପସ୍ଥିତ ରହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ୩୧ ମାର୍ଚ୍ଚ ୨୦୧୯ରେ ବୁରୁଝରି ଗ୍ରାମର ବିଶ୍ୱନାଥ ନାୟକଙ୍କ ସ୍ତ୍ରୀ ବିଜୟାଲକ୍ଷ୍ମୀ ନାୟକ (୨୮) ଘରେ ଏକୁଟିଆ ଥିଲେ। ଗ୍ରାମର ବିନାୟକ ସାହୁ (୨୬) ନାମକ ଜଣେ ଯୁବକ ମହିଳାଙ୍କୁ ହତ୍ୟା କରି ଫେରାର ହୋଇଯାଇଥିଲେ। ପରଦିନ ମହିଳାଙ୍କ ଦେଢଶୂର ନିରଞ୍ଜନ ନାୟକ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ଆରମ୍ଭ କରିବା ସହ ବିନାୟକକୁ ସନ୍ଦେହରେ ଥାନାକୁ ନେଇ ଜେରା କରି ଛାଡ଼ିଥିଲା। ତଥାପି ତାଙ୍କ ଉପରେ ନଜର ରହିଥିଲା। ଇତିମଧ୍ୟରେ ପ୍ରୋବେସନରେ ଆସିଥିବା ଆଇପିଏସ୍‌ ଅଧିକାରୀ ଅବିନାଶ ସିଂ ବୁରୁଝରି ଆସିବା ପରେ ସର୍‌ଜମିନ ତଦନ୍ତ କରି ଫେରିବା ସହ କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି ଓ ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପୁଣି ବିନାୟକଙ୍କୁ ନେଇ ତଦନ୍ତକୁ ଆଗେଇ ଥିଲେ। ବିନାୟକ ଉକ୍ତ ମହିଳାଙ୍କୁ ହତ୍ୟା କରିଛି ବୋଲି ମାନିଥିଲା। ପରେ ତାଙ୍କୁ ଗିରଫ କରି କୋଦଳା ଥାନା କେସ୍‌ ନଂ.୭୮/୧୯ରେ କୋର୍ଟ ଚାଲାଣ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ରକ୍ତଭିଜା କାଠ ଫାଳିଆ ଓ ରୁମାଲକୁ ପୋଲିସ ଜବତ କରିଛି। ହତ୍ୟାକାଣ୍ଡର କାରଣ ଓ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଥିବାନେଇ ଖବରଦାତାଙ୍କ ପ୍ରଶ୍ନକୁ ତଦନ୍ତରେ ବ୍ୟାଘାତ ସୃଷ୍ଟି ହେବା ଆଶଙ୍କାରେ ଏସଡିପିଓ ସୀମା ସ୍ବାଇଁ ଅଧିକ କିଛି କହିବାକୁ ମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri