ବିଜୟୀ ହେବା ପରେ ମା’ମଙ୍ଗଳାଙ୍କଠାରୁ ଆଶୀର୍ବାଦ ନେଲେ ତୁଷାରକାନ୍ତି

କାକଟପୁର, ୨୪।୫(ଡି.ଏନ୍‌.ଏ.): କାକଟପୁରର ବିଧାୟକ ଭାବେ ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ବିଜୟୀହେବା ପରେ ଶୁକ୍ରବାର ମା’ ମଙ୍ଗଳାଙ୍କ ମନ୍ଦିର ଯାଇ ମା’ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶୁକ୍ରବାର ତୁଷାର କାକଟପୁରରେ ପହଞ୍ଚିବା ପରେ ବସ୍‌ଷ୍ଟାଣ୍ଡସ୍ଥିତ ପଦ୍ମଚରଣ ଟ୍ରଷ୍ଟ କାର୍ଯ୍ୟାଳୟଠାରେ ତାଙ୍କୁ ଦଳୀୟ କର୍ମୀମାନେ ଫୁଲମାଳ ଦେଇ ସ୍ବାଗତ କରିଥିଲେ। ଟ୍ରଷ୍ଟ କାର୍ଯ୍ୟାଳୟ ପରିସରରେ ଥିବା ପ୍ରବାଦପୁରୁଷ ସ୍ବର୍ଗତ ବିଜୁବାବୁ ଏବଂ ପଦ୍ମଚରଣ ସାମନ୍ତସିଂହାରଙ୍କ ପ୍ରତିମୂର୍ତ୍ତିରେ ସେ ଫୁଲମାଳ ପିନ୍ଧାଇଥିଲେ। ପରେ ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧୀନ କୁମାର ନାୟକ, କାକଟପୁର ବ୍ଲକ ଅଧ୍ୟକ୍ଷା ମନୋରମା ସ୍ବାଇଁ, ପୁରୀ ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ, ଅଭୟ ସେଠୀ, କବିରାଜ ବିଶ୍ୱାଳ ପ୍ରମୁଖ ଶତାଧିକ ବିଜେଡି କର୍ମୀଙ୍କ ଗହଣରେ ଏକ ନିରାଡ଼ମ୍ବର ଶୋଭାଯାତ୍ରାରେ ଚାଲିଚାଲି ତୁଷାରକାନ୍ତି ମଙ୍ଗଳା ମନ୍ଦିରକୁ ଯାଇଥିଲେ। ମନ୍ଦିରରୁ ସେ ଭୁବନେଶ୍ୱରସ୍ଥିତ ନବୀନ ନିବାସ ଅଭିମୁଖେ ଯାତ୍ରା କରିଛନ୍ତି।
ପ୍ରକାଶ ଯେ, ତୁଷାରକାନ୍ତି ପ୍ରାୟ ୪୫,୬୦୭ ଖଣ୍ଡ ଅଧିକ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀଙ୍କୁ ପରାସ୍ତକରି ବିଜୟୀ ହୋଇଛନ୍ତି। କାକଟପୁରରେ ବିଜେଡି ଜିତିଥିବାରୁ ଦଳୀୟ କର୍ମୀ ମହଲରେ ଆନନ୍ଦ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri