ବିଜୟୱାଡାରୁ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଲେ ୧୨୦୯ ପ୍ରବାସୀ

ଟିଟିଲାଗଡ଼, ୧୨।୫ (ଡି.ଏନ.ଏ.)
ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଟ୍ରେନ୍‌ ସୋମବାର ଅପରାହ୍ନ ୪ଟାରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଳଷ୍ଟେଶନରେ ପହଞ୍ଚିଥିଲା। ଏଥିରେ ରାଜ୍ୟର ୧୩ ଜିଲାର ୧୨୦୯ଜଣ ପ୍ରବାସୀ ଥିଲେ। ନୂଆପଡା ଜିଲାର ସର୍ବାଧିକ ୫୬୫ ଜଣ ରହିଥିବା ବେଳେ ଗଞ୍ଜାମର ୨୩୦, ଗଜପତି ୧୮୬, ବଲାଙ୍ଗୀର ୧୨୦, କୋରାପୁଟ ୩୮, କଟକ ୧୭, ବରଗଡ଼ ୧୨, କଳାହାଣ୍ଡି ୧୦, ଯାଜପୁର ୯, ପୁରୀ ୯, ରାୟଗଡ଼ା ୮, ଭଦ୍ରକ ୪, ବାଲେଶ୍ୱର ଜିଲାର ଜଣେ ପ୍ରବାସୀ ରହିଛନ୍ତି। ରାଜ୍ୟ କୋଭିଡ୍‌ ପର୍ଯ୍ୟବେକ୍ଷକ ସୁଶୀଲ କୁମାର ଲୋହାନୀ, ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ, ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ, ଏସ୍‌ପି ଏମ୍‌. ସନ୍ଦୀପ ସମ୍ପଦ, ଟିଟିଲାଗଡ଼ ଉପଜିଲାପାଳ ସୁଧାକର ନାୟକ ଉପସ୍ଥିତ ରହି ସମସ୍ତ ବ୍ୟବସ୍ଥାର ତଦାରଖ କରିଥିଲେ। ଟ୍ରେନ୍‌ରୁ ଓହ୍ଲାଇବା ପରେ ପ୍ରବାସୀଙ୍କ ସ୍କ୍ରିନିଂ କରାଯାଇଥିଲା। ପରେ ସମସ୍ତଙ୍କୁ ସ୍ବତନ୍ତ୍ର ବସ୍‌ରେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ପଠାଇ ଦିଆଯାଇଥିଲା। ରବିବାର ପରି ସୋମବାର ମଧ୍ୟ ଟିଟିଲାଗଡ଼ ସହରରେ ପ୍ରଶାସନ ପକ୍ଷରୁ ମଧ୍ୟାହ୍ନ ୧୨ଟାରୁ ରାତି ୧୨ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri