ବିଞ୍ଝାରପୁରର ୫ ପଞ୍ଚାୟତ ଶଟଡାଉନ

ବିଞ୍ଝାରପୁର, ୪।୪ (ଡି.ଏନ.ଏ) : ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦାରେ ଶୁକ୍ରବାର ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଜିଲା ପ୍ରଶାସନ ପକ୍ଷରୁ ଅଧିକ ତତ୍ପରତା ପ୍ରକାଶ ପାଇଛି। ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ବିଞ୍ଝାରପୁର ବ୍ଲକର ୫ ପଞ୍ଚାୟତ ଯଥା ସୟଦପୁର, ବିଞ୍ଝାରପୁର, କଏଣା-ରଘୁନାଥପୁର, ମାଁସଡା ଓ କଲ୍ୟାଣପୁରକୁ ଶନିବାର ରାତି ୮ଟାରୁ ସୋମବାର ରାତି ୮ଟା ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ ଶଟଡାଉନ କରାଯାଇଛି। ଏଥିସହିତ କଏଣା-ରଘୁନାଥପୁର ପଞ୍ଚାୟତର ସୟଦପୁର ଛକଠାରୁ କଲ୍ୟାଣପୁର ପଞ୍ଚାୟତ ବାଳମୁକୁଳି ହାଟ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାକୁ ସିଲ୍ କରାଯାଇଛି। ଏ ସମ୍ପର୍କରେ ଶନିବାର ସନ୍ଧ୍ୟାରେ ଏହି ୫ ପଞ୍ଚାୟତବାସୀଙ୍କୁ ବ୍ଲକ ପ୍ରଶାସନ ତରଫରୁ ମାଇକ ଦ୍ଵାରା ଅବଗତ କରାଯାଇଛି। ସେହିପରି ଜରୁରୀକାଳୀନ ସେବା ଭାବେ ବିଞ୍ଝାରପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଓ ପାଖରେ ଥିବା ଔଷଧ ଦୋକାନ ସମେତ ଦମକଳ କେନ୍ଦ୍ର, ପ୍ରାଣୀ ଚିକିତ୍ସା କେନ୍ଦ୍ର, ଏଟିଏମ ଖୋଲା ରହିବ ବୋଲି ତହସିଲଦାର ଅସ୍ମିତା ଦାଶ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri