Posted inଖେଳ

ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌: କ୍ୟାରିୟାର ଶ୍ରେଷ୍ଠ ୨୯ତମ ସ୍ଥାନରେ ସୌରଭ

ନୂଆଦିଲ୍ଲୀ,୩।୧୨(ପି.ଟି.)- ମଙ୍ଗଳବାର ପ୍ରକାଶିତ ହୋଇଥିବା ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ତାରକା ବ୍ୟାଡମିଣ୍ଟନ ଖେଳାଳି ସୌରଭ ବର୍ମା ୭ଟି ସ୍ଥାନ ଉପରକୁ ଉଠି କ୍ୟାରିୟରର ଶ୍ରେଷ୍ଠ ୨୯ତମ ସ୍ଥାନ ଅଧିକାର କରିଛନ୍ତି। ଗତ ରବିବାର ସୟଦ ମୋଦି ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ସେ ରନର୍ସଅପ୍‌ ବିବେଚିତ ହୋଇ ଏହି ସଫଳତା ପାଇଛନ୍ତି। ୨୬ ବର୍ଷୀୟ ସୌରଭ ୨୦୧୨ରେ ୩୦ତମ ସ୍ଥାନ ଅଧିକାର କରିଥିଲେ। ସେ ମଧ୍ୟ ଗତ ମେ’ରେ ହାଇଦ୍ରାବାଦ ଓ ସ୍ଲୋଭେନିଆ ଇଣ୍ଟରନ୍ୟାଶନାଲ ସିରିଜରେ ଦୁଇଟି ବିଡବ୍ଲ୍ୟୁଏଫ୍‌ ସୁପର ୧୦୦ ଟାଇଟଲ ଜିତିଥିଲେ। ଏଥି ସହିତ ଭାରତ ୬ଜଣ ଖେଳାଳି ଶ୍ରେଷ୍ଠ ୩୦ରେ ପ୍ରବେଶ କରିଛନ୍ତି। ଚାଇନାର ଶ୍ରେଷ୍ଠ ୫ ଜଣ ଖେଳାଳି ଟପ୍‌ ୩୦ରେ ମଧ୍ୟ ସ୍ଥାନ ପାଇଛନ୍ତି।

ସେହିପରି ମହିଳା ତାରକା ଅଶ୍ମିତା ଚାଲିହା ୧୮ଟି ସ୍ଥାନ ଉପରକୁ ଉଠି ଟପ୍‌- ୧୦୦ରେ ସ୍ଥାନ ପାଇଛନ୍ତି। ଅନ୍ୟପଟେ ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲଙ୍କ ର଼୍ୟାଙ୍କିଙ୍ଗରେ କୌଣସି ପରିବର୍ତ୍ତନ ହୋଇନାହିଁ ଓ ଯଥାକ୍ରମେ ଷଷ୍ଠ ଓ ଦଶମ ସ୍ଥାନରେ ପୂର୍ବପରି ରହିଛନ୍ତି। ଏହି ଦୁଇଜଣ ସୟଦ ମୋଦି ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରୁ ଓହରିଯାଇଥିଲେ। କିଡମ୍ବୀ ଶ୍ରୀକାନ୍ତ ଓ ବି ସାଇ ପ୍ରଣୀତ ଏହି ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପରାସ୍ତ ହୋଇ ଯଥାକ୍ରମେ ପୂର୍ବପରି ୧୨ ଓ ୧୧ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri