ବିଡିଓ ଅନୁପସ୍ଥିତ: ଅଭିଯୋଗ ପାଇଁ ଆସି ଲୋକେ ନିରାଶ

ନୂଆଗାଁ,୨ା୭ (ଡି.ଏନ.ଏ.)- ନୟାଗଡ଼ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଲୋକେ ଅଭିଯୋଗ ଧରି ସୋମବାର ବିଡିଓଙ୍କୁ ଭେଟିବାକୁ ଆସିଥିଲେ। କିନ୍ତୁ ବିଡିଓ ଅନୁପସ୍ଥିତ ଥିବାରୁ ବିଜୁ ଯୁବବାହିନୀ ସଂଯୋଜକ ସେମାନଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରଥିଲେ। ଏହା ଦ୍ୱାରା ସମସ୍ୟା ସମାଧାନର ବାଟ ବାହାରିପାରି ନ ଥିବା ନେଇ ଅଭିଯୋଗକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରକାଶ ଯେ, ମହୀପୁର ପଞ୍ଚାୟତ ମାଳିସର ଗ୍ରାମରେ ଏକ କମ୍ୟୁନିଟି ସେଣ୍ଟର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ଏକ ଲକ୍ଷ ପଚାଶ ହଜାର ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି। ଏହି ଗୃହ ନିର୍ମାଣ ପାଇଁ ଗ୍ରାମର ଅଧିକାଂଶ ଲୋକ ଗ୍ରାମର ମଧ୍ୟସ୍ଥଳ ବାଛିଥିଲେ। ହେଲେ ସରପଞ୍ଚ କେତେଜଣ ଲୋକଙ୍କ କଥାରେ ଅନ୍ୟ ସ୍ଥାନରେ ନିର୍ମାଣ କରୁଛନ୍ତି। ଏହାକୁ ଗ୍ରାମବାସୀ ବିରୋଧ କରି ବ୍ଲକ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ସହକାରୀ ଯନ୍ତ୍ରୀ ଓ ବିଡିଓ ଉକ୍ତ ସ୍ଥାନ ପରିଦର୍ଶନ କରି ଗ୍ରାମବାସୀଙ୍କ କହିବା ମୁତାବକ ସ୍ଥାନରେ ନିର୍ମାଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଇତିମଧ୍ୟରେ ୬ମାସ ବିତି ଯାଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ ହୋଇପାରୁ ନ ଥିବାରୁ ଗ୍ରାମବାସୀ ସୋମବାର ବିଡିଓଙ୍କୁ ଅଭିଯୋଗ କରିବା ପାଇଁ ଆସିଥିଲେ। ସେହିପରି ବାହାଡାଝୋଲା ପଞ୍ଚାୟତର ପ୍ରସନ୍ନ ବକ୍ସି, ଅରକ୍ଷିତ ସାହୁ, ସନ୍ତୋଷ ସାହୁ, କୃଷ୍ଣ ମୋହନ ପାତ୍ର, ଆନନ୍ଦ ଚନ୍ଦ୍ର ସାହୁ, ମନୋଜ ସାହୁ, ଗଗନ କୁମାର ସାହୁ, ନୂଆଗାଁ ପଞ୍ଚାୟତ ଖାଲମଡା ଗ୍ରାମର ଉର୍ମିଳା ସାହୁଙ୍କୁ ସ୍ଥାନୀୟ ସରପଞ୍ଚ ଓ ପଞ୍ଚାୟତ ଅଧିକାରୀ ଆବାସ ଯୋଜନାରେ ପାତରଅନ୍ତର କରୁଥିବା ଅଭିଯୋଗ ନେଇ ବିଡିଓଙ୍କୁ ଗୁହାରି କରିବା ପାଇଁ ଆସିଥିଲେ। ପାରାଢିପ ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ର ଦେହୁଡି ଓ ଜୟକୃଷ୍ଣ ଦେହୁଡିଙ୍କୁ ବିଜୁ ପକ୍କାଘର ବିଲ୍‌ ନ ମିଳିବା ନେଇ ଗ୍ରାମବାସୀ ଅଭିଯୋଗପତ୍ର ଧରି ଆସିଥିଲେ। ହେଲେ ବିଡିଓ ଦିନତମାମ କାର୍ଯ୍ୟାଳୟରେ ଅନୁପସ୍ଥିତ ଥିବାରୁ ସମସ୍ତ ଅଭିଯୋଗକାରୀ ନିରାଶ ହୋଇଥିଲେ। ଶେଷରେ ବିଜୁ ବାହିନୀର ବ୍ଲକ ସଂଯୋଜକ ରଘୁନାଥ ଦୁଆରି ସେମାନଙ୍କ ଅଭିଯୋଗପତ୍ର ଗ୍ରହଣ କରିଥିଲେ। ଏ ସମ୍ପର୍କରେ ନୂଆଗାଁ ବିଡିଓ ଶିରିୟାଲ ଶୁଭ୍ର ପଟେଲଙ୍କୁ ପଚାରିବାରୁ ସେ କହିଥିଲେ, ମୁଁ ଅନୁପସ୍ଥିତ ଥିବାରୁ ସହକାରୀ ଯନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଥିଲି। କିନ୍ତୁ ସେ କାହିଁକି ଅଭିଯୋଗପତ୍ର ଗ୍ରହଣ କରି ନାହାନ୍ତି ମୁଁ ପଚାରି ବୁଝିବି।


Enter your email to get our daily news in your inbox.

All Right Reserved By Dharitri.Com

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri