ବିଦାୟ ନେଲେ ଗଜାନନ: ବାଦ୍ୟବାଜଣାରେ କମ୍ପିଲା ପାଲଲହଡା

ପାଲଲହଡା,୧୦।୯(ଡି.ଏନ.ଏ.)-ପାଲଲହଡ଼ାରେ ୮ ଦିନ ଧରି ଚାଲିଥିବା ଗଣେଶ ପୂଜା ମେଲଣ ଏବଂ ଭାସାଣି ଉତ୍ସବ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ପ୍ରଥମେ ବିଭିନ୍ନ ପୂଜା କମିଟିର ମେଢ ଗୁଡ଼ିକ ସହର ପରିକ୍ରମା କରିବାପରେ ପାଲଲହଡା ଷ୍ଟାଡିୟମଠାରେ ପହଞ୍ଚିଥିଲେ। ଏହି ଅବସରରେ ବିଭିନ୍ନ ବାଦ୍ୟ ବାଜଣାରେ ସହର କମ୍ପି ଉଠିଥିଲା। ପରେ କେନ୍ଦ୍ରୀୟ ଗଣେଶ ପୂଜା କମିଟି ପକ୍ଷରୁ ମେଲଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବେ ପାଲଲହଡା ବିଧାୟକ ମୁକେଶ କୁମାର ପାଲ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ନବକିଶୋର ନାୟକ, ଉପଜିଲାପାଳ ଅଜିତ କୁମାର ପ୍ରଧାନ, ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ, ମୁଖ୍ୟବକ୍ତା ଭାବେ ରଘୁନନ୍ଦନ ଆଚାର୍ଯ୍ୟ ଯୋଗ ଦେଇଥିଲେ। ଚଳିତବର୍ଷ ମେଲଣରେ ମୋଟ୍‌ ୧୧ଟି ମେଢ ଅଶଂଗ୍ରହଣ କରିଥିଲେ। ଶ୍ରେଷ୍ଠ ମେଢ ଭାବେ ଡାଇମଣ୍ଡ କ୍ଲବକୁ ପୁରସ୍କୃତ କରାଯାଇଥିଲା। ସେହିପରି ସାଜସଜ୍ଜା, ଶାନ୍ତିଶୃଙ୍ଖଳା, ମୂର୍ତ୍ତି ପାଇଁ ଷେଣ୍ଢ କ୍ଲବ, ଲାୟନ କ୍ଲବ, ଫ୍ରେଣ୍ଡସ କ୍ଲବ, ଶ୍ରୀରାମ କ୍ଲବ, କିଙ୍ଗ କ୍ଲବ, ଗଣପତି କ୍ଲବ ଆଦିକୁ ପୁରସ୍କୃତ କରାଯାଇଥିଲା। ପରେ କେନ୍ଦ୍ରୀୟ କମିଟି ପକ୍ଷରୁ ଗଣେଶଙ୍କ ଏକ ରୁପା ମୂର୍ତ୍ତି ଏବଂ ଆଜ୍ଞା ଲଡୁ ନିଲାମ କରାଯାଇଥିଲା। ରୂପା ମୂର୍ତ୍ତିକୁ ଜଗନ୍ନାଥ କ୍ଲବ ୨୬୦୦୦ ଟଙ୍କାରେ ଏବଂ ଆଜ୍ଞା ଲଡୁକୁ ୧୩୦୦୦ ଟଙ୍କାରେ ବଜାର ସାହି କ୍ଲବ ନିଲାମ ନେଇଥିଲେ। ଶେଷରେ ସମସ୍ତ ମେଢ ଗୁଡ଼ିକ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ୟୁକୋ ବ୍ୟାଙ୍କ ଛକ ଦେଇ ବଜାର ଛକ ଠାରେ ପହଞ୍ଚି ବିଭିନ୍ନ ନଦୀଘାଟ, ପୋଖରୀରେ ବିସର୍ଜନ କରିଥିଲେ। କେନ୍ଦ୍ରୀୟ କମିଟି ସଭାପତି ସବ୍ୟସାଚୀ କପର୍ଦାର, ଉପସଭାପତି ରଞ୍ଜନ କୁମାର ସାହୁ, ସମ୍ପାଦକ ଶିବ ପ୍ରସାଦ ସାମଲ, ସହ ସମ୍ପାଦକ ଋଷିକେଶ ସାମଲ, କୋଷଧକ୍ଷ ଶିବାଦତ୍ତ ଦାଶ ସହଯୋଗ କରିଥିଲେ। ସୁରକ୍ଷା ପାଇଁ ପାଲଲହଡା ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri