ଢେଙ୍କାନାଳ ଅଫିସ, ୧୦।୧୦ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସିମିନଈ ଅଞ୍ଚଳରେ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି ଶାରଦୀୟ ଦୁର୍ଗାପୂଜା। ମିଳିତ ଭସାଣି ଶୋଭାଯାତ୍ରାରେ ୧୦ ମେଢ଼ ସାମିଲ ହୋଇଥିଲେ। ବାଜାବାଣ, ପାରମ୍ପରିକ ନୃତ୍ୟରେ ଅଞ୍ଚଳ ଦୁଲୁକି ଉଠିଥିଲା। ସିମିନଈ ତଥା ଏହାର ଆଖପାଖ ଗ୍ରାମରେ ୭୦ବର୍ଷ ଧରି ଶାରଦୀୟ ଦୁର୍ଗାପୂଜା ଅନୁଷ୍ଠିତ ହୋଇଆସୁଛି। ସିମିନଈ ବଡ଼ବଜାର ପୂଜା ସଙ୍ଗଠନ, ଦୋଳମଣ୍ଡପସାହି, ଶିଶୁସଂଘ ପୂଜା ପ୍ରତିଷ୍ଠାନ, ତରୁଣ ଦୁର୍ଗାପୂଜା ପ୍ରତିଷ୍ଠାନ, ଗାନ୍ଧୀବଜାର, ଜଗନ୍ନାଥ ମଣ୍ଡପ, ଭଗବାନପୁର, ନୂଆସାହି, ଭାଗବତ ମନ୍ଦିର ସାହିରେ ଦୁର୍ଗାପୂଜା ଅନୁଷ୍ଠିତ ହୋଇଥିଲା। ସେହିପରି ମୂଳିସିଂହ, ଅଙ୍କରାନ୍ତିପୁର, ନୀଳାମ୍ବରପୁର, ମହେନ୍ଦ୍ରପୁର, ସାଇଁବିରି, ଗଦାଶିଳା, ଚାଇଁପୁରରେ ୧୨ ମଣ୍ଡପରେ ମା’ ବିରାଜିଥିଲେ। ଲକ୍ଷାଧିକ ଶ୍ରଦ୍ଧାଳୁ ପୂଜାର ମଜା ନେଇଥିଲେ।
ନିର୍ଦ୍ଧାରିତ ସମୟରେ ମେଢ଼ଗୁଡିକ ସିମିନଈ ଯାତ୍ରା ପଡ଼ିଆରେ ପହଞ୍ଚତ୍ଥିଲେ। ସେଠାରୁ ଶୋଭାଯାତ୍ରା ବାହାରି ଦାଣ୍ଡିମାଳ ହାଇସ୍କୁଲ ଯାଏ ଯାଇଥିଲା। ଏହାପରେ ୫୫ନଂ. ଜାତୀୟ ରାଜପଥ ଦେଇ କେନାଲରେ ବିସର୍ଜନ କରାଯାଇଥିଲା। ସଦର ଏବଂ ଝାରଗାଡ଼ିଆ ପୋଲିସ ସମେତ ପୂଜା କମିଟି କର୍ମକର୍ତ୍ତା ଶାନ୍ତିଶୃଙ୍ଖଳା ରକ୍ଷାରେ ନିୟୋଜିତ ହୋଇଥିଲେ।
ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ
ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…
ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର
ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…
ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର
ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…
ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…
ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…
ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା
କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…
ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…
ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…
ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ
ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…
ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି
ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…
Archives

