Posted inଖେଳ

ବିଦାୟୀ ମ୍ୟାଚ୍‌ରେ ମାଲିଙ୍ଗାଙ୍କୁ ବିଜୟ ଭେଟି

କଲମ୍ବୋ,୨୭।୭(ଏଏଫ୍‌ପି)- କ୍ୟାରିୟର ଅନ୍ତିମ ମ୍ୟାଚ୍‌ରେ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗା ବିଜୟ ସହ ଦିନିକିଆରୁ ବିଦାୟ ନେଇଛନ୍ତି। ସ୍ଥାନୀୟ ଆର. ପ୍ରେମାଦାସା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୯୧ ରନରେ ବିଜୟୀ ହୋଇ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହୋଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୫୦ ଓଭରରେ ୮ ଉଇକେଟ ହରାଇ ୩୧୪ ରନ ସଂଗ୍ରହ କରିଥିଲା। ଜବାବରେ ବାଂଲାଦେଶ ୪୧.୪ ଓଭରରେ ୨୨୩ ରନ କରି ଅଲଆଉଟ ହେବା ସହ ପରାସ୍ତ ହୋଇଛି। ୧୧୧ ରନର ଶତକୀୟ ପାଳି ଖେଳିଥିବା ଶ୍ରୀଲଙ୍କା ଟପ୍‌ଅର୍ଡର ବ୍ୟାଟ୍ସମ୍ୟାନ କୁଶଲ ପେରେରା ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ୩୧୫ ରନ ଟାର୍ଗେଟର ପିଛା କରିଥିବା ବାଂଲାଦେଶ ତରଫରୁ ମୁସ୍‌ଫିକର ରହିମ ୬୭ ଓ ସବୀର ରହମାନ ୬୦ ରନ୍‌ ସଂଗ୍ରହ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ମାଲିଙ୍ଗା ଓ ନୂଆନ ପ୍ରଦୀପ ୩ଟି ଲୋଖାଏ, ଧନଞ୍ଜୟ ଡି’ ସିଲଭା ୨, ଲାହିରୁ କୁମାରା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ କୁଶଲ ପେରେରା ସର୍ବାଧିକ ୧୧୧ ରନ, ଆଞ୍ଜେଲୋ ମାଥ୍ୟୁସ ୪୮, କୁଶଲ ମେଣ୍ଡିସ ୪୩, ଅଧିନାୟକ ଦିମୁଥ କରୁଣାରତ୍ନେ ୩୬, ଲାହିରୁ ଥିରିମାନେ ୨୫, ଧନଞ୍ଜୟ ୧୮ ରନ ସଂଗ୍ରହ କରିଥିଲେ। ବୋଲିଂରେ ବାଂଲାଦେଶର ସୈଫୁଲ ଇସ୍‌ଲାମ ୩, ମୁସ୍ତାଫିଜୁର ରହମାନ ୨, ମେହିଦି ହାସନ, ରୁବେଲ ହୁସେନ ଓ ସୌମ୍ୟ ସରକାର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୫୦ ଓଭରରେ ୩୧୪/୮
(ପେରେରା- ୧୧୧, ମାଥ୍ୟୁସ୍‌- ୪୮, ମେଣ୍ଡିସ- ୪୩, ଇସ୍‌ଲାମ- ୩/୬୨, ମୁସ୍ତାଫିଜୁର- ୨/୭୫)।
ବାଂଲାଦେଶ ୪୧.୪ ଓଭରରେ ୨୨୩ ଅଲଆଉଟ୍‌
(ମୁସ୍‌ଫିକର- ୬୭, ରହମାନ- ୬୦, ମାଲିଙ୍ଗା- ୩/୩୮, ପ୍ରଦୀପ- ୩/୫୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri