ବିଦେଶ ଫେରନ୍ତା ୩ ଜଣଙ୍କୁ ଠାବ କଲା ମେଡିକାଲ ଟିମ୍‌

ରଘୁନାଥପୁର,୧୭।୩(ଡି.ଏନ୍‌.ଏ.): ବିଦେଶ ଫେରନ୍ତା ୩ ଜଣଙ୍କୁ ସୋମବାର ମେଡିକାଲ ଟିମ ଠାବ କରିଛି। ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ପ୍ରଭାସ ଚନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌ ଉତ୍ତରକୂଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନସ୍ଥ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରକୁ ଯାଇ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଛନ୍ତି। ସୂଚନା ଅନୁଯାୟୀ, ସୁପରିଣ୍ଟେଣ୍ଡେଣ୍ଟ ସୁକାନ୍ତ ଦଳାଇଙ୍କ ନିର୍ଦ୍ଦେଶକ୍ରମେ ଡା. ସ୍ବାଇଁ ଉତ୍ତରକୂଳସ୍ଥିତ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ। ଏହା ପରେ ସେ ଡା. ଅୟୁଷକାନ୍ତ ମହାନ୍ତି ଓ ୨ଜଣ ମେଲ ଓ୍ବାର୍କରଙ୍କ ସହ ସ୍ଥାନୀୟ ଚମ୍ପା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ପହଞ୍ଚିଥିଲେ। ଉକ୍ତ ବ୍ୟକ୍ତିଜଣଙ୍କ ମାର୍ଚ୍ଚ ୧୧ରେ ଦୁବାଇରୁ ଘରକୁ ଫେରିଥିଲେ। ସେହିପରି ଦୁଇପୁର ଗ୍ରାମର ଜଣେ ବ୍ୟକ୍ତି ମାର୍ଚ୍ଚ ୪ ରେ କେନିଆରୁ ଫେରିଥିଲେ। ମହମ୍ମଦପୁର ଗ୍ରାମର ଜଣେ ବ୍ୟକ୍ତି ଫେବୃୟାରୀ ୨୬ରେ ସାଉଦିଆରବରୁ ଫେରିଥିଲେ। ଏହି ୩ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରି ସଚେତନା କରାଇବା ସହ ପ୍ରଥମ ପର୍ଯ୍ୟାୟ ୧୪ଦିନ ଓ ପରେ ୧୪ଦିନ ଆଇସୋଲେଶନରେ ରହିବା ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି। ପ୍ରତ୍ୟେକ ଦିନ ଏମାନଙ୍କ ସ୍ବାସ୍ଥ୍ୟ ରିପୋର୍ଟ ନିଆଯିବ। ଯଦି ଏହି ସମୟ ମଧ୍ୟରେ କିଛି ଲକ୍ଷ୍ୟଣ ଦେଖାଯାଏ ଏମାନଙ୍କୁ ଅବଜରଭେଶନରେ ରଖାଯାଇ ଚିକତ୍ସା ଯୋଗାଇଦିଆଯିବ ବୋଲି ଡା. ସ୍ବାଇଁ କହିଛନ୍ତି। ଅନ୍ୟପକ୍ଷରେ ଥଣ୍ଡା, କାଶ କିମ୍ବା ଜ୍ୱର ହୋଇ ନ ଥିବା ଉକ୍ତ ସମ୍ପୃକ୍ତ ବ୍ୟକ୍ତିମାନେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri