Posted inଜାତୀୟ

ବିଦେଶ ଫେରନ୍ତାଙ୍କୁ ୧୪ ଦିନ କ୍ୱାରାଣ୍ଟାଇନ୍‌

ନୂଆଦିଲ୍ଲୀ,୨୫।୫(ପି.ଟି.): କରୋନା ସଂକ୍ରମଣ ଯୋଗୁ ଦୁଇମାସ ଭାରତରେ ବିମାନ ସେବା ବନ୍ଦ ରହିବା ପରେ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। ବିମାନ ଯାତ୍ରୀଙ୍କ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରବିବାର ଗାଇଡ୍‌ଲାଇନ ଜାରି କରାଯାଇଛି। ଅଗଷ୍ଟ ପୂର୍ବରୁ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଶନିବାର କହିଥିଲେ। ବିଦେଶରୁ ଆସିବାକୁ ଥିବା ଯାତ୍ରୀ ୧୪ ଦିନ ନିଶ୍ଚୟ କ୍ୱାରାଣ୍ଟାଇନରେ ରହିବେ। ଏଥିପାଇଁ ବିମାନରେ ବସିବା ପୂର୍ବରୁ ଯାତ୍ରୀ ଲିଖିତ ପ୍ରତିଶ୍ରୁତି ଦେବେ। ୭ ଦିନ ସେମାନେ ଟଙ୍କା ଦେଇ ଆନୁଷ୍ଠାନିକ କ୍ୱାରାଣ୍ଟାଇନରେ ରହିବା ପରେ ଅନ୍ୟ ୭ ଦିନ ଘରେ କ୍ୱାରାଣ୍ଟାଇନରେ ରହିବେ। ତେବେ ମାନବୀୟ ଅସୁବିଧା ଯଥା ମହିଳା ଗର୍ଭବତୀ ଥିଲେ, ପରିବାରରେ କାହାର ମୃତ୍ୟୁ କିମ୍ବା ଗୁରୁତର ଅସୁସ୍ଥତା, ସାଙ୍ଗରେ ୧୦ ବର୍ଷରୁ କମ୍‌ ସନ୍ତାନ ଥିଲେ, ସେମାନଙ୍କୁ ୧୪ ଦିନ ଘରେ କ୍ୱାରାଣ୍ଟାଇନରେ ରହିବାକୁ ଅନୁମତି ମିଳିବ। ଏଥିସହିତ ଆରୋଗ୍ୟ ସେତୁ ଆପ୍‌ ବ୍ୟବହାରକୁ ମଧ୍ୟ ବାଧ୍ୟତାମୂଳକ କରାଯାଇଛି। ଥର୍ମାଲ ସ୍କ୍ରିନିଂ ପରେ ଯେଉଁମାନଙ୍କଠାରେ କରୋନାର କୌଣସି ଲକ୍ଷଣ ନ ଥିବ କେବଳ ସେହିମାନଙ୍କୁ ବିମାନ କିମ୍ବା ଜାହାଜରେ ଯାତ୍ରା କରିବା ଲାଗି ଅନୁମତି ମିଳିବ।
ସେହିପରି ସ୍ଥଳପଥରେ ବିଦେଶରୁ ଆସୁଥିବା ଯାତ୍ରୀଙ୍କୁ ସୀମାରେ ପୁଣିଥରେ ଅନୁରୂପ ଯାଞ୍ଚର ସମ୍ମୁଖୀନ ହେବାକୁ ପଡ଼ିବ। ସେମାନଙ୍କଠାରେ ଲକ୍ଷଣ ନ ଥିଲେ ଭାରତରେ ପ୍ରବେଶ ଲାଗି ଅନୁମତି ମିଳିବ। ଘରୋଇ ବିମାନ ଯାତ୍ରୀଙ୍କ କ୍ଷେତ୍ରରେ ଆରୋଗ୍ୟ ସେତୁ ଆପ୍‌ ବାଧ୍ୟତାମୂଳକ ହୋଇଥିବାବେଳେ ବିମାନରେ ବସିବା ପୂର୍ବରୁ ସେମାନଙ୍କର ଥର୍ମାଲ ସ୍କ୍ରିନିଂ ହେବ। ଲକ୍ଷଣ ନ ଥିବା ଯାତ୍ରୀଙ୍କୁ ଯାତ୍ରା ଅନୁମତି ମିଳିବ। ସେମାନଙ୍କୁ ୧୪ଦିନ ସେଲ୍ଫ କ୍ୱାରାଣ୍ଟାଇନରେ ରହିବାକୁ କୁହାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri