ବିଦେଶରୁ ଫେରିଥିବା ଭଉଣୀ ଗୀତା ମେହେଟ୍ଟାଙ୍କ ନାମକୁ ପଞ୍ଜୀକୃତ କଲେ ନବୀନ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ସତର୍କତାମୂଳକ ପଦକ୍ଷେପସ୍ବରୂପ ରାଜ୍ୟ ସରକାରଙ୍କ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ପଞ୍ଜୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଉଣୀ ଗୀତା ମେହେଟ୍ଟାଙ୍କ ନାମ ସରକାରୀ ପୋର୍ଟାଲରେ ବୁଧବାର ପଞ୍ଜୀକୃତ କରିଛନ୍ତି। ଏହାଛଡ଼ା ବିଦେଶରୁ ଆସୁଥିବା ସମସ୍ତଙ୍କ ପରିବାର ସଦସ୍ୟ ଓ ବନ୍ଧୁମାନଙ୍କ ବିଷୟରେ ସବିଶେଷ ତଥ୍ୟ ଦେବାକୁ ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଯୋଗେ ନିବେଦନ କରିଛନ୍ତି। ଏହାଦ୍ୱାରା ଓଡ଼ିଶାକୁ କରୋନା ଭୂତାଣୁରୁ ରକ୍ଷା କରିବାରେ ସାହାଯ୍ୟ କରିହେବ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଯୁକ୍ତରାଷ୍ଟ୍ର ଆମେରିକାରେ ଜଗନ୍ନାଥ ମନ୍ଦିର ସମ୍ପର୍କିତ କେତେକ କାର୍ଯ୍ୟକ୍ରମରେ ଯୋଗଦେଇ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ସରକାରୀ ପୋର୍ଟାଲରେ ନିଜ ସହ ପରିବାର ସଦସ୍ୟଙ୍କ ପଞ୍ଜୀକରଣ କରାଇଥିଲେ। ଏହାପରେ ଗଜପତି ସପରିବାର ଭୁବନେଶ୍ୱରସ୍ଥିତ ବାସଭବନରେ ୧୪ ଦିନ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ଏହି ସମୟରେ ସେ ସରକାରଙ୍କ ପକ୍ଷରୁ କରୋନା ସମ୍ପର୍କିତ ନିର୍ଦ୍ଦେଶାବଳୀର ପାଳନ କରିବେ ବୋଲି କହିଥିଲେ। ସେହିଭଳି ଆଇଏଏସ୍‌ ଭିନିଲ କ୍ରିଷ୍ଣା ମଧ୍ୟ ବିଦେଶରୁ ଫେରି ହୋମ କ୍ୱାରେଣ୍ଟାଇନ୍‌ରେ ଥିବା ଭିଡିଓ ଯୋଗେ କହିବା ସହ ସମସ୍ତଙ୍କୁ ସଚେତନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri