ବିଦେଶରେ ସିଏଏକୁ ବିରୋଧ: ୟୁରୋପୀୟ ସଂଘର ୧୫୦ ସଦସ୍ୟ ଏକଜୁଟ; ବୁଧବାର ଆଲୋଚନା ଗୁରୁବାର ଭୋଟିଂ

ନୂଆଦିଲ୍ଲୀ/ବ୍ରସେଲ୍ସ୍‌,୨୮।୧: ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ ହୋଇଥିବା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିଦେଶରେ ମଧ୍ୟ ବିରୋଧ କରାଯାଉଛି। ଏନେଇ ୪୫ଟି ଦେଶରେ ପ୍ରଦର୍ଶନ ଜାରି ରହିଥିବାବେଳେ ଆମେରିକାର ୩୦ରୁ ଅଧିକ ସହରରେ ବିକ୍ଷୋଭ କରାଯାଉଛି। ୟୁରୋପୀୟ ସଂଘର ୧୫୦  ସଦସ୍ୟ ସିଏଏ ବିରୋଧରେ ଏକଜୁଟ ହୋଇଛନ୍ତି। ସିଏଏ ବିରୋଧୀ ପ୍ରସ୍ତାବ ଉପରେ ୟୁରୋପୀୟ ସଂଘ ସଂସଦରେ ବୁଧବାର ଆଲୋଚନା କରାଯିବ। ଏହାପରେ ଗୁରୁବାର ଭୋଟିଂ ହେବ। ଏହାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ୍‌ ବିରଳା ୟୁରୋପୀୟ ସଂଘ ସଂସଦ ଅଧ୍ୟକ୍ଷ ଡେଭିଡ୍‌ ମାରିୟାଙ୍କୁ ଚିଠି ଲେଖିଛନ୍ତି। ଏଥିରେ କୁହାଯାଇଛି ଯେ, ସିଏଏ ସମ୍ପୂର୍ଣ୍ଣ ଭାବେ ଭାରତର ଘରୋଇ ମାମଲା। ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ଏହାକୁ ସମ୍ମାନ ଦେବା ଆବଶ୍ୟକ। ୟୁରୋପୀୟ ସଂଘ ପକ୍ଷରୁ କୁହାଯାଇଛି ଯେ, ସିଏଏ ଯୋଗୁ ପୃଥିବୀରେ ବଡ଼ ଧରଣର ମାନବୀୟ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହି ଆଇନ ଧାର୍ମିକତା ଆଧାରରେ ଭେଦଭାବ ଉତ୍ପନ୍ନ କରିବ। ଏହା ସମ୍ପୂର୍ଣ୍ଣ ଭାବେ ଅଳ୍ପସଂଖ୍ୟକଙ୍କ ବିରୋଧୀ। ସିଏଏ ଆଇନ ମାନବାଧିକାର ଏବଂ ରାଜନୈତିକ ଚୁକ୍ତି ବିରୋଧୀ। ଏହା ଅନ୍ତର୍ଜାତୀୟ ମାନବାଧିକାର ବୁଝାମଣାର ଅନୁଚ୍ଛେଦ ୧୫ରୁ ଉଲ୍ଲଂଘନ କରୁଛି। ତେଣୁ ଏହାକୁ ପ୍ରତ୍ୟାହାର କରିବା ଉଚିତ ବୋଲି ୟୁରୋପୀୟ ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri