ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ବିଏମ୍‌ସି

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳର ରିଚି ରେଜେନ୍ସିରେ ଥିବା ଜଣେ ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଯାତ୍ରୀ ନିବାସକୁ ପଠାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ତାଙ୍କ ନାମ ପିଟର୍‌ ଏବଂ ସେ ଚେକ୍‌ ରିପବ୍ଲିକ୍‌ର ନାଗରିକ ହୋଇଥିବାବେଳେ ଗତ ଜାନୁୟାରୀ ୧୪ରେ ଭୁବନେଶ୍ୱର ଆସିଥିଲେ। ସେ ରିଚି ରେଜେନ୍ସିରେ ରହୁଥିଲେ। ତେବେ କରୋନା କଟକଣା ଯୋଗୁ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜଧାନୀର ସମସ୍ତ ହୋଟେଲକୁ ଯାଞ୍ଚ କରାଯିବା ସମୟରେ ସେ ରହୁଥିବା ଜଣାପଡ଼ିିଥିଲା। ଗୁରୁବାର ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଏ ସମ୍ପର୍କରେ ଜାଣିବା ପରେ ତୁରନ୍ତ ତାଙ୍କୁ ଥଇଥାନ କରିବା ପାଇଁ ବିଏମ୍‌ସି ଦକ୍ଷିଣ ପୂର୍ବ ଜୋନାଲ ଡେପୁଟି କମିଶନର ଅଂଶୁମାନ ରଥଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବର୍ତ୍ତମାନ ତାଙ୍କୁ ଯାତ୍ରୀନିବାସରେ ରଖାଯାଇଥିବା ବେଳେ ତାଙ୍କ ରକ୍ତ ନମୁନା ପରୀକ୍ଷଣରୁ ନେଗେଟିଭ୍‌ ରିପୋର୍ଟ ଆସିଥିବା ବିଏମ୍‌ସି ଜଣାଇଛି। ବର୍ତ୍ତମାନ ପରିସ୍ଥିତିରେ ଏୟାରଲାଇନ୍ସରେ ଟିକେଟ୍‌ ମିଳୁ ନ ଥିବାରୁ ସେ ଟ୍ରେନରେ କୋଲକାତା ଯାଇ ସେଠାରୁ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି କହିଛନ୍ତି। କୋଲକାତା ଯିବା ପାଇଁ ପିଟର୍‌ ଟିକେଟ କରିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri