ବିଦେଶୀ ମଦବୋଝେଇ ବୋଲେରୋ ଜବତ: ୬ ଗିରଫ

ଶେରଗଡ଼,୯ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ଚାରିଛକରେ ଶନିବାର ବିଦେଶୀ ମଦ ବୋଝେଇ ଏକ ବୋଲେରୋ ନଂ. ଓଡି ୦୭ ଆର୍‌ ୬୯୭୨କୁ ଶେରଗଡ଼ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱରେ ଜବତ କରାଯାଇଛି। ଏନେଇ ଶେରଗଡ଼ ଥାନାରେ ୪୮/୨୦ରେ ଏକ ମାମଲା ରୁଜୁ ହୋଇଛି। ଉକ୍ତ ବୋଲେରୋରେ ଗାଡ଼ିଚାଳକକୁ ମିଶାଇ ୬ଜଣଙ୍କୁ ଗିରଫ କରିଛି ପୋଲିସ। ଏହି ବୋଲେରୋ ମଦ ବୋଝେଇ କରି ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ବିଶେଷ ସୂତ୍ରରୁ ଖବର ପାଇ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଏବଂ ଶେରଗଡ଼ ଥାନାଧିକାରୀ ରମେଶ ଚନ୍ଦ୍ର ଦାସ ଚାରିଛକରେ ଉକ୍ତ ବୋଲେରୋକୁ କାବୁ କରିଥିଲେ। ଜବତ ଗାଡ଼ି ଶେରଗଡ ଥାନାରେ ରଖାଯାଇଛି। ଉକ୍ତ ଗାଡ଼ିରେ ଯାଉଥିବା ଅମୂଲ୍ୟ କୁମାର ପଣ୍ଡା,ପ୍ରଶାନ୍ତ କୁମାର ସାହୁ,ରତ୍ନାକର ସାହୁ, ମିଟୁ ପ୍ରଧାନ, ଧନୁ ଗୌଡ଼, ସୁଶାନ୍ତ କୁମାର ଗୌଡ଼ଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri