Posted inଜାତୀୟ

ବିଦ୍ରୋହୀଙ୍କୁ ଅଯୋଗ୍ୟ ଘୋଷଣା କର: କଂଗ୍ରେସ

ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକରେ ଶାସକ ମେଣ୍ଟ ସରକାରକୁ ବଞ୍ଚାଇବା ପାଇଁ କଂଗ୍ରେସ ମଙ୍ଗଳବାର ବାଚସ୍ପତିଙ୍କ ହସ୍ତକ୍ଷେପ ଲୋଡ଼ିଛି। ବିଦ୍ରୋହୀ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଦଳ ଦାବି କରିବା ସହ ଭାଜପା ପ୍ରଲୋଭନ ଦେଖାଇବା ଲାଗି ଅର୍ଥବଳ ବ୍ୟବହାର କରୁଛି ବୋଲି କଂଗ୍ରେସ ଅଭିହିତ କରିଛି।
କଂଗ୍ରେସ ବିଧାୟକ ଦଳ (ସିଏଲ୍‌ପି) ନେତା ସିଦ୍ଦାରାମାୟାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ଦଳର ୧୧ ବିଦ୍ରୋହୀଙ୍କ ସମେତ ୨୦ ବିଧାୟକ ଅନୁପସ୍ଥିତ ରହିଥିଲେ। ଇସ୍ତଫା ଦେଇଥିବା ବିଧାୟକମାନେ ସରକାର ଭାଙ୍ଗିବା ପାଇଁ ଭାଜପା ସହ ହାତ ମିଳାଇଥିବାରୁ ସେମାନଙ୍କ କ୍ଷେତ୍ରରେ ଦଳବଦଳ ଆଇନ ଲାଗୁ ହେବା ଉଚିତ। ଗଣତନ୍ତ୍ରକୁ ବଞ୍ଚାଇବା ଲାଗି ବାଚସ୍ପତି ସେମାନଙ୍କୁ ଅଯୋଗ୍ୟ ଘୋଷଣା କରନ୍ତୁ ବୋଲି କଂଗ୍ରେସ ପକ୍ଷରୁ ଏକ ପିଟିଶନ ଦିଆଯାଇଛି। ବୈଠକରେ ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ, କେପିସିସି କାର୍ଯ୍ୟକାରୀ ସଭାପତି ଈଶ୍ୱର ଖାଣ୍ଡରେ, ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱର ଉପସ୍ଥିତ ଥିଲେ। ଅନୁପସ୍ଥିତ ରହିଥିବା ବିଧାୟକଙ୍କ ମଧ୍ୟରୁ ୭ ଜଣ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ପୂର୍ବରୁ ଅନୁମତି ନେଇଥିବାରୁ ସେମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ବାଚସ୍ପତିଙ୍କ ନିକଟରେ ଦାବି କରାଯାଇନାହିଁ। ଏହା ପୂର୍ବରୁ କଂଗ୍ରେସ ନେତାମାନେ ବିଧାନସୌଧ ପରିସର ମହାମତ୍ା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri