ବିଦ୍ୟାଳୟ ଖେଳପଡିଆରେ ପଞ୍ଚାୟତ କାର୍ଯ୍ୟାଳୟର ଗୃହ ନିର୍ମାଣକୁ ବିରୋଧ

ଖଣ୍ଡପଡ଼ା,୧୦ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକର ଏକ ବିଦ୍ୟାଳୟ ଖେଳ ପଡିଆରେ ପଞ୍ଚାୟତ କାର୍ଯ୍ୟାଳୟର ଗୃହ ନିର୍ମାଣକୁ ସ୍ଥାନୀୟ ଅଧିବାସୀ ବିରୋଧ କରିଛନ୍ତି। ପ୍ରକାଶ ଯେ, ରାଜ୍ୟରେ ନୂତନ ପଞ୍ଚାୟତ ଗଠନ ପାଇଁ ଘୋଷଣା ହେବା ପରେ ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତରୁ ଅଲଗା ହୋଇ ୨୦୧୬ରେ ବଳଭଦ୍ରପ୍ରସାଦ ନୂତନ ପଞ୍ଚାୟତ ମାନ୍ୟତା ପାଇଥିଲା। ୨୦୧୭ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବଳଭଦ୍ରପ୍ରସାଦ ପଞ୍ଚାୟତରେ ନିର୍ବାଚିତ ସରପଞ୍ଚ, ସମିତି ସଭ୍ୟ ଓ ୧୧ଜଣ ୱାର୍ଡ ସଭ୍ୟାସଭ୍ୟଙ୍କୁ ନେଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ପ୍ରଥମ କରି ବଳଭଦ୍ରପ୍ରସାଦ ଗ୍ରାମର ଏକ କୋଠଘରେ ଅସ୍ଥାୟୀ ଭାବେ ପଞ୍ଚାୟତ କାର୍ଯ୍ୟାଳୟ ଚାଲିଥିଲା ା ପରେ ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୩୫ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ। ପଞ୍ଚାୟତର ମଧ୍ୟ ଭାଗରେ ନୂତନ ଗୃହ ନିର୍ମାଣ ନିମନ୍ତେ ପଞ୍ଚାୟତବାସୀ ନିଷ୍ପତ୍ତି ନେଇ ପ୍ରଶାସନକୁ ଜଣାଇଥିଲେ। ଏ ନେଇ ବିଭିନ୍ନ ସ୍ଥାନରେ ଜାଗା ଚିହ୍ନଟ ହୋଇଥିଲେ ହେଁ ବଳଭଦ୍ରପ୍ରସାଦ ପଞ୍ଚାୟତ ଅଧୀନ ଦୁଃଖାପଲ୍ଲୀ ଗ୍ରାମର କେତେକ ବ୍ୟକ୍ତି ସ୍ଥାନୀୟ ରବୀନ୍ଦ୍ର କୁମାର ଉଚ୍ଚ ବିଦ୍ୟାଳୟର ଖେଳପଡିଆ ନିମନ୍ତେ ସଂରକ୍ଷିତ ସ୍ଥାନରେ ନୂତନ ଗୃହ ନିମନ୍ତେ ପ୍ରଶାସନିକ ଅଧିକାରୀଙ୍କୁ ପ୍ରସ୍ତାବ ଦେଇଥିଲେ। ପରେ ପ୍ରଶାସନ ପକ୍ଷରୁ ଉକ୍ତ ସ୍ଥାନରେ ନୂତନ ଗୃହ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଏହାକୁ ବିରୋଧ କରି ଅଞ୍ଚଳବାସୀ ବ୍ଲକ ଓ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ସୁଫଳ ନ ମିଳିବାରୁ ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଘଟଣାରେ ହସ୍ତକ୍ଷେପ କରି ବିଦ୍ୟାଳୟ ଖେଳପଡିଆରେ ନୂତନ ଗୃହ ନିର୍ମାଣ ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶନାମା ଜାରି କରିଥିଲେ। ଏ ସମ୍ପର୍କରେ ଅବଗତ ଥିଲେ ସୁଦ୍ଧା ଖେଳପଡିଆାର ପ୍ଲଟ ନଂ-୨୦୩, ଖାତା ନଂ-୫୧୮(୧୯ ଡେସିମିଲ) ଜାଗାରେ ଗୃହ ନିର୍ମାଣ ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବଳଭଦ୍ରପ୍ରସାଦ ସରପଞ୍ଚ ସସ୍ମିତା ଦାସ, ସମିତି ସଭ୍ୟା ପ୍ରମିଳା ନାୟକଙ୍କ ସମେତ ୯ ଜଣ ୱାର୍ଡ ସଭ୍ୟାସଭ୍ୟ ନୂତନ ଗୃହ ନିର୍ମାଣକୁ ବିରୋଧ କରି ଆସୁଛନ୍ତି। ଏ ସମ୍ପର୍କରେ ଖଣ୍ଡପଡା ବିଡିଓ ପ୍ରମୋଦ କୁମାର ନାୟକଙ୍କୁ ପଚାରିବାରୁ ସେ କହିଥିଲେ, ଉକ୍ତ ଖେଳପଡିଆ ହାଇସ୍କୁଲ ନାମରେ ନାହିଁ। ଉକ୍ତ ଜାଗା ପଞ୍ଚାୟତ କାର୍ଯ୍ୟାଳୟ ନାମରେ ଜିଲା ପ୍ରଶାସନର ଜ୍ଞାତସାରରେ ପଟ୍ଟା ହୋଇସାରିଛି। ତେଣୁ ସେଠାରେ ପଞ୍ଚାୟତ କାର୍ଯ୍ୟାଳୟ କରିବାରେ କୌଣସି ଅସୁବିଧା ନାହିଁ ା ଅଞ୍ଚଳବାସୀ ଯେଉଁ ପଡିଆ ସମ୍ପର୍କରେ ଅଭିଯୋଗ କରୁଛନ୍ତି ତାହା ଅନ୍ୟ ଏକ ସ୍ଥାନରେ ରହିଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

ଇରାନ ଆମେରିକା ସହିତ ପୁଣିଥରେ ଯୁଦ୍ଧ ଆରମ୍ଭ କରିବାରୁ କ୍ଷୁବ୍ଧ ହେଲା ପାକିସ୍ତାନ, ବିଶେଷଜ୍ଞ କହିଲେ -‘ଏହା ଶକ୍ତି ନୁହେଁ ବରଂ…’

ଇସଲାମାବାଦ,୧୯।୭: ଆମେରିକା ସହିତ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ଇସଲାମାବାଦ ବୁଝାମଣାପତ୍ର ଅନୁଯାୟୀ ସମସ୍ତ ଦାୟିତ୍ୱକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛି। ପାକିସ୍ତାନ ମଧ୍ୟ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri