ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ: ଶିକ୍ଷକ କ୍ଲଷ୍ଟର ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

ମାଲକାନଗିରି / ଚିତ୍ରକୋଣ୍ଡା,୧୮ା୧୨ (ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଆସି ସ୍ବାଭିମାନ ଅଞ୍ଚଳର ବଡ଼ପଡ଼ାଠାରେ ଶିକ୍ଷକ କ୍ଲଷ୍ଟର ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକ ହେଲିକପ୍ଟର ଯୋଗେ ସେ ବଡ଼ପଡ଼ାସ୍ଥିତ ବିଏସଏଫ କ୍ୟାମ୍ପରେ ପହଞ୍ଚତ୍ବା ପରେ ଗ୍ରାମରେ ଏକ ବୈଠକରେ ଯୋଗ ଦେଇଥିଲେ। ପିଲାଙ୍କୁ ଶିକ୍ଷାଦାନ କ୍ଷେତ୍ରରେ ଅବିଭାବକମାନେ ସଚେତନ ରହିବା ଆବଶ୍ୟକ ବୋଲି ସେ କହିଥିଲେ। ଆଗାମୀ ଦିନରେ ଏହି ଅଞ୍ଚଳବାସୀଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ସେ ଛାତ୍ରୀଛାତ୍ରଙ୍କ ସହ ଭାବର ଆଦାନ ପ୍ରଦାନ କରି ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ।। ପରେ ଶିକ୍ଷକଙ୍କ ରହିବା ପାଇଁ ବଡ଼ପଡ଼ାଠାରେ ଶିକ୍ଷକ କ୍ଲଷ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କ୍ଲଷ୍ଟର କାର୍ଯ୍ୟକ୍ଷମ ହେଲେ ସ୍ବାଭିମାନ ଅଞ୍ଚଳର ଜନ୍ତାପାଇ, ଯନ୍ତ୍ରୀ, ବଡ଼ପଡ଼ା, ଗାଜଲମାମୁଡ଼ି, ଅଣ୍ଡ୍ରାପାଲି, ପଣସପୁଟ, ସାରକୁବନ୍ଧ, ଯୋଡ଼ାମ୍ବ ଅଞ୍ଚଳର ଛାତ୍ରୀଛାତ୍ରମାନେ ଉପକୃତ ହେବେ। ଏଥିସହ ମନ୍ତ୍ରୀ ଦାସ ୫୮ଟି ଅତିରିକ୍ତ ଶ୍ରେଣୀ ଗୃହର ଭତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିପାଇଁ ୮ କୋଟି ୧୭ ଲକ୍ଷ ୭୫ ହଜାର ଖର୍ଚ୍ଚ କରାଯିବ ବୋଲି ସୂଚନା ଦେଇଥିଲେ। ପରେ ଗୁରୁପ୍ରିୟା ସେତୁ ନିକଟରେ ସ୍ବାଭିମାନ ଅଞ୍ଚଳବାସୀଙ୍କ ପାଇଁ ପାୱାରଗ୍ରୀଡ ବୋଟ ଆମ୍ବୁଲାନ୍ସର ଉଦ୍‌ଘାଟନ କରିଥିଲେ। ଶିଳାନ୍ୟାଶ, ଉଦ୍‌ ଘାଟନ କାର୍ଯ୍ୟକ୍ରମ ପରେ ମନ୍ତ୍ରୀ ଡିଆରଡିଏ ସଭା ଗୃହରେ ସମୀକ୍ଷା ବୈଠକରେ ଯୋଗ ଦେଇ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଗୁରୁପ୍ରିୟା ସେତୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ସେ ସମୟରେ ସ୍ବାଭିମାନ ଅଞ୍ଚଳ ପାଇଁ ଦେଇଥିବା ଶହେ କୋଟି ଟଙ୍କାର ସହାୟତା ଅର୍ଥରେ କେଉଁସବୁ କାର୍ଯ୍ୟ ହୋଇଛି ସେନେଇ ଜାଣିବାକୁ ଚାହିଁଥିଲେ। ବିଶେଷ କରି ଏହି ଅର୍ଥରେ ଗମନାଗମନ, ଅନୁସୂଚିତ ଜାତି ଓ ଜନଜାତିଙ୍କ ବିକାଶ, ଜଳସେଚନର ଉନ୍ନତି ଉପରେ ଗୁରୁତ୍ୱ ଦେବାକୁ ସେ ପରାମର୍ଶ ଦେଇଥିଲେ। ପରେ ମନ୍ତ୍ରୀ ଜିଲା ସଦର ମହକୁମାସ୍ଥିତ ଶିଶୁ ଗୃହ ପରିଦର୍ଶନ କରି ଶିଶୁଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ। ମନ୍ତ୍ରୀଙ୍କ ଗସ୍ତ ଅବସରରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ନବରଙ୍ଗପୁର ଏମପି ରମେଶ ଚନ୍ଦ୍ର ମାଝି, ଜିଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡ଼ିଆମି, ସ୍ବତନ୍ତ୍ର ଆଦିବାସୀ ବିକାଶ ପରିଷଦର ଅଧ୍ୟକ୍ଷ ମାନସ ମାଡ଼କାମି, ଜିଲାପାଳ ମନୀଷ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରି, ପାୱାରଗ୍ରୀଡର ମୁଖ୍ୟ ମହାପ୍ରବନ୍ଧକ ଏସ.ରବିନ୍ଦର କୁମାର, ଆଇଟିଡିଏ ପ୍ରକଳ୍ପ ପ୍ରଶାସକ କ୍ଷୀରାବ୍ଧି ବେହେରା, ଜିଲା ଶିକ୍ଷା ଅଧିକାରୀ ରମେଶ ଚନ୍ଦ୍ର ସେଠୀ, ବିଡିଓ ଲରିମନ ଖରସେଲ, ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri