ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର କରି ରହିଛନ୍ତି। ଏନେଇ ଗ୍ରାମବାସୀ ବହୁବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଫଳରେ ଶୁକ୍ରବାର କାଟିଙ୍ଗିଆ ବନ୍ଦ ସହ ପଞ୍ଚାୟତରେ ଥିବା ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ଓ ସରକାରୀ କାର୍ଯ୍ୟାଳୟରେ ତାଲାପକାଇ ଦେଇଛନ୍ତି ଅଞ୍ଚଳବାସୀ। ଦାବି ପୂରଣ ନହେବା ପର୍ଯ୍ୟନ୍ତ ତାଲା ଖୋଲିବ ନାହିଁ ବୋଲି ଚେତାବନୀ ଦେଇଛନ୍ତି।
ସରକାରଙ୍କ ପକ୍ଷରୁ ଗ୍ରୀଷ୍ମ ଛୁଟି ପରେ ଶୁକ୍ରବାର ବିଦ୍ୟାଳୟ ଖୋଲିବାକୁ ଘୋଷଣା ହୋଇଥିଲା। କିନ୍ତୁ ଅଞ୍ଚଳର ଶତାଧିକ ଲୋକ ପଞ୍ଚାୟତରେ ଥିବା ୧୮ ବିଦ୍ୟାଳୟ, ୨୧ ଅଙ୍ଗନାୱାଡ଼କେନ୍ଦ୍ର ସହ ଉପସ୍ବାସ୍ଥ୍ୟକେନ୍ଦ୍ର, ରାଜସ୍ବ ନିରୀକ୍ଷକ, ପ୍ରାଣୀଧନ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜବରଦଖଲ ଉଚ୍ଛେଦ ସହ ଜବରଦଖଲକାରୀଙ୍କ ଉପରେ ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ଦାବି ପୂରଣ ନହେବା ପର୍ଯ୍ୟନ୍ତ ସାଧାରଣ ବଣ୍ଟନ ସାମଗ୍ରୀ ଏବଂ ସରକାରୀ ଭତ୍ତାକୁ ଲୋକେ ଗ୍ରହଣ ନକରିବା ସହ ପଞ୍ଚାୟତ କାର୍ଯ୍ୟାଳୟକୁ ମଧ୍ୟ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ ରଖାଯିବାକୁ ଅଞ୍ଚଳବାସୀ ନିଷ୍ପତି ନେଇଛନ୍ତି। ଜବରଦଖଲ ନ ହଟିବା ପର୍ଯ୍ୟନ୍ତ ବିକ୍ଷୋଭ କରାଯିବା ସହ ଆଗାମୀଦିନରେ ଦାରିଙ୍ଗବାଡ଼ି ତହସିଲ ଅଫିସ ସମେତ ବ୍ଲକ କାର୍ଯ୍ୟାଳୟକୁ ଅଚଳ କରିଦିଆଯିବ ବୋଲି ଆଞ୍ଚଳିକ ମହର୍ଷୀ ଦୟାନନ୍ଦ ସୁରକ୍ଷା କମିଟି ସଭାପତି ତଥା କାଟିଙ୍ଗିଆ ସରପଞ୍ଚ କପିଳାଶ ମଲ୍ଲିକ, ସମ୍ପାଦକ ପ୍ରେମାନନ୍ଦ ବସ୍ତରାୟ ଚେତାବନୀ ଦେଇଛନ୍ତି। ବିକ୍ଷୋଭ ବେଳେ ତିଆରିଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖୋଲିଥିବାରୁ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ସହ ଆନ୍ଦୋଳନକାରୀ ଯୁକ୍ତିତର୍କ କରିଥିଲେ ଓ ପରେ ବିଦ୍ୟାଳୟରେ ତାଲା ପକାଇଥିଲେ।
ପ୍ରକାଶ ଯେ, ବିକ୍ଷୋଭକାରୀ ଜବର ଦଖଲଉଚ୍ଛେଦ ପାଇଁ କିଛିବର୍ଷ ହେଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ସୁଦ୍ଧା କୌଣସି ସୁଫଳ ମିଳୁନଥିବା ସୁରକ୍ଷା କମିଟି ଅଭିଯୋଗ କରିଛି। ଜବରଦଖଲ ଯୋଗୁ ଉକ୍ତ ବିଦ୍ୟାଳୟରେ ଉନ୍ନୟନମୂଳକ କାମ ହୋଇପାରୁନାହିଁ। ଚଳିତମାସ ୧୦ରେ ଅଞ୍ଚଳବାସୀ ଫୁଳବାଣୀ ଯାଇ ଜିଲାପାଳଙ୍କୁ ଫେରାଦ ହୋଇଥିଲେ ସୁଦ୍ଧା କୌଣସି ସୁଫଳ ନମିଳିବାରୁ ରାଜରାସ୍ତାକୁ ଓହ୍ଲାଇଲୁ ବୋଲି ବିକ୍ଷୋଭକାରୀମାନେ କହିଛନ୍ତି। ସେମାନେ ଏନେଇ କନ୍ଧମାଳ ଜିଲାପାଳଙ୍କ ସମେତ କନ୍ଧମାଳ ଏସପି, ବାଲିଗୁଡ଼ା ଉପଜିଲାପାଳ, ଜିଲା ଶିକ୍ଷା ଅଧିକାରୀ, ଦକ୍ଷିଣାଞ୍ଚ ରାଜସ୍ବ କମିଶନର, ସ୍ଥାନୀୟ ବିଧାୟକ. କନ୍ଧମାଳ ଏମପି, ମୁଖ୍ୟ ଶାସନ ସଚିବ, ତହସିଲଦାର ଏବଂ ବିଡିଓଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଘଟଣା ସ୍ଥଳରେ କୌଣସି ଅଧିକାରୀ କିମ୍ବା ପୋଲିସ ପହଞ୍ଚତ୍ ନଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri