ବିଦ୍ୟାଳୟ ସମସ୍ୟା ନେଇ ରାସ୍ତାରୋକୋ

ବାରିପଦା ଅଫିସ,୨୬।୧:ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ରାଜ୍ୟ ରାଜପଥର ଶଙ୍ଖାଭଙ୍ଗାଠାରେ ବିଦ୍ୟାଳୟ ସମସ୍ୟାକୁ ନେଇ ଅଭିଭାବକ ଓ ଗ୍ରାମବାସୀ ମଙ୍ଗଳବାର ରାସ୍ତାରୋକୋ କରିଥିଲେ। ଦୀର୍ଘ ଦିନ ଧରି ସ୍କୁଲରେ ନୂତନ ଶ୍ରେଣୀ ଗୃହ ଓ ଛାତ୍ରାବାସ ନିର୍ମାଣ ପାଇଁ ଦାବିକରି ବିଫଳ ହେବା ପରେ ସେମାନେ ବିକ୍ଷୋଭ ଓ ଧାରଣା ଦେଇଥିବା କହିଛନ୍ତି। ଖବରପାଇ ବିଭାଗୀୟ ଅଧିକାରୀ, ବାରିପଦା ତହସିଲଦାର ବିକ୍ରମ କେଶରୀ ପରିଡ଼ା, ସରପଞ୍ଚ ଲକ୍ଷ୍ମୀ ହେମ୍ବ୍ରମ ଓ ସଦର ଥାନା ଅଧିକାରୀ ମଧୁସ୍ମିତା ମହାନ୍ତି ପ୍ରମୁଖ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ନୂତନ ଗୃହ ନିର୍ମାଣ ହେବ ବୋଲି ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।
ସୂଚନା ଅନୁଯାୟୀ, ୧୯୬୦ରେ ଶଙ୍ଖାଭଙ୍ଗା ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା। ଏଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୪୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ୭ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ସ୍କୁଲର ଦୁଇଟି କକ୍ଷରେ ସମସ୍ତ ୮ଟି ଶ୍ରେଣୀର ଛାତ୍ରୀଛାତ୍ର ଏକାଠି ବସି ପାଠ ପଢୁଥିବାରୁ ଶିକ୍ଷାଦାନରେ ଅନେକ ଅସୁବିଧା ପରିଲକ୍ଷିତ ହେଉଛି। ଗୋଟିଏ କକ୍ଷରେ ୪ଟି ଶ୍ରେଣୀର ପିଲା ପାଠ ପଢୁଥିବାରୁ ଉଚିତ ଶିକ୍ଷା ପାଇବାରୁ ବଞ୍ଚତ୍ତ ହେଉଥିବା ଅଭିଭାବକ ଗଜେନ୍ଦ୍ର ସୋରେନ, ଦୁର୍ଗା ଟୁଡୁ ଓ ପୁଚୁରାମ କିସ୍କୁ ପ୍ରକାଶ କରିଛନ୍ତି ା ଏପରିକି ପିଲା ସଂଖ୍ୟା ବୃଦ୍ଧି ପାଉଥିବାରୁ ଶିକ୍ଷକମାନେ ବାଧ୍ୟ ହୋଇ ସ୍କୁଲ ବାରଣ୍ଡା ଓ ଗଛ ମୂଳେ ପାଠ ପଢ଼ାଉଛନ୍ତି ବୋଲି ଗ୍ରାମର ମେଘରାୟ ସୋରେନ, ଗଙ୍ଗାଧର ସୋରେନ ଓ ଅଶୋକ ମହାନ୍ତ କହିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ଅଧୀନରେ ସ୍କୁଲ ରୂପାନ୍ତରୀକରଣ କରୁଥିବା ବେଳେ ୬୩ବର୍ଷରେ ପଦାର୍ପଣ କରିଥିବା ଏହି ସ୍କୁଲ ପ୍ରତି ବ୍ଲକ କିମ୍ବା ଜିଲା ପ୍ରଶାସନର ଦୃଷ୍ଟି ପଡୁନାହିଁ। ବାରମ୍ବାର ପ୍ରଶାସନ ଓ ରାଜନେତାଙ୍କଠାରେ ଦାବି କରିବା ପରେ ମଧ୍ୟ କୌଣସି ସୁଫଳ ମିଳିପାରୁନାହିଁ। ଏପରିକି ଗ୍ରାମବାସୀ ଓ ପରିଚାଳନା ସମିତି ପକ୍ଷରୁ ଜିଲାପାଳଙ୍କ ନିକଟରେ ଅଭିଯୋଗ ପୂର୍ବକ ଦାବିପତ୍ର ପ୍ରଦାନ କରାଯାଇଥିଲେ ହେଁ ଅଦ୍ୟାବଧି ସମସ୍ୟାର ସମାଧାନ ହୋଇ ପାରିନାହିଁ। ଏହାର ପ୍ରତିବାଦରେ ବାଦଲ ହେମ୍ବ୍ରମଙ୍କ ନେତୃତ୍ୱରେ ଗ୍ରାମର ମହିଳାପୁରୁଷ ରାଜରାସ୍ତାକୁ ଓହ୍ଲାଇ ଦାବି ଉପସ୍ଥାପନ କରିଛନ୍ତି। ପ୍ରଶାସନ ପ୍ରତିଶ୍ରୁତି ପାଳନ ନ କଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ସମିତି ସଭ୍ୟା ପାର୍ବତୀ ହେମ୍ବ୍ରମ, ଅଭିଭାବକ ଫାତୁ ବିନ୍ଧାଣୀ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri