ବାହାନଗା, ୨୩।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ସୋମବାର ଅପରାହ୍ନ ୪ଟା ବେଳେ ଜଣେ ୩ୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରାଯାଇଛି। ଦୁର୍ବୃତ୍ତମାନେ ଏକ ବୋଲେରୋରେ ତାଙ୍କୁ ଅପହରଣ କରିନେଇଥିବା ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଓ ଛାତ୍ରଙ୍କ ଜେଜେବାପା ଅନନ୍ତପୁର ଫାଣ୍ଡିରେ ଅଭିଯୋଗ କରିଛନ୍ତି। ଛାତ୍ରଙ୍କ ନାମ ଶୁଭଙ୍କର ମହାଳିକ(୮)।
ବିଦ୍ୟାଳୟ ଛୁଟି ହେବା ବେଳେ ଶୁଭଙ୍କର ବସ୍ତାନୀ ଧରି ବିଦ୍ୟାଳୟ ବାହାରକୁ ଆସିଥିଲେ। ଏହି ସମୟରେ ବାହାରେ ଏକ ବୋଲେରୋ ଧରି ଜଗି ରହିଥିବା କେତେକ ଦୃର୍ବୃତ୍ତ ତାଙ୍କୁ ଜବରଦସ୍ତ ଗାଡି ଭିତରକୁ ଟେକି ନେଇଥିଲେ। ଛାତ୍ର ଜଣକ ଚିକତ୍ାର କରୁଥିଲେ ମଧ୍ୟ କେହି ସେମାନଙ୍କୁ ଅଟକାଇବାକୁ ସକ୍ଷମ ହୋଇପାରି ନ ଥିଲେ। ଏହି ଘଟଣା ପରେ ଛାତ୍ରଙ୍କ ସାଙ୍ଗମାନେ ଏ ସମ୍ପର୍କରେ ବିଦ୍ୟାଳୟର ଶିକ୍ଷକମାନଙ୍କୁ କହିଥିଲେ। ଶିକ୍ଷକମାନେ ଛାତ୍ରଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ଶୁଭଙ୍କରଙ୍କ ଜେଜେବାପା ନଟବର ମହାଳିକ ଅନନ୍ତପୁର ଫାଣ୍ଡିରେ ନାତି ଅପହରଣ ନେଇ ଅଭିଯୋଗ କରଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅହଲ୍ୟା ଯେନା ମଧ୍ୟ ଅନୁରୂପ ଭାବେ ଅନନ୍ତପୁର ଫାଣ୍ଡିରେ ଅଭିଯୋଗ କରିଛନ୍ତି। ଛାତ୍ରଙ୍କ ବାପା ସୂର୍ଯ୍ୟକାନ୍ତ ମହାଳିକ ବାଙ୍ଗାଲୋରରେ ଏକ ଘରୋଇ କମ୍ପାନୀରେ ଚାକିରି କରନ୍ତି। ତେବେ ଦେଢ଼ବର୍ଷ ପୂର୍ବେ ଛାତ୍ରଙ୍କ ମା’ ଅନ୍ୟ ଜଣେ ଯୁବକକୁ ଦ୍ୱିତୀୟ ବିବାହ କରିଛନ୍ତି ା ଅନନ୍ତପୁର ଫାଣ୍ଡିରେ ପୃଥକ୍ ଭାବେ ଦୁଇଟି ଅଭିଯୋଗ କରାଯାଇଛି। ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
କାମ ଚାଲୁଥିଲା ହଠାତ୍ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…
ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...
୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି
ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ
ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
Archives


