Posted inରାଜ୍ୟ

ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ଅସନ୍ତୋଷ: ବିଦ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରଙ୍କ ଧାରଣା

ଖଣ୍ଡପଡା,୨୨।୬(ସ୍ବ.ପ୍ର.): ବିଦ୍ୟାଳୟ ସ୍ଥାନାନ୍ତରକୁ ନେଇ ସିଘାଂପଡା ପଞ୍ଚାୟତ ଅନ୍ତର୍ଗତ ଖୁଣ୍ଟୁବନ୍ଧ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଶୁକ୍ରବାର ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ନେଇ ସେମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ପରେ ଉକ୍ତ ବିଦ୍ୟାଳୟ ଖୋଲାଯାଇ ସେଠାରେ ଛାତ୍ରୀଛାତ୍ରଙ୍କୁ ପାଠ ପଢିବାର ସୁଯୋଗ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଅନେକ ବିଦ୍ୟାଳୟର ଉପସ୍ଥାନ ଆଶାତୀତ ଭାବରେ ହ୍ରାସ ପାଉଥିବାରୁ ଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଖଣ୍ଡପଡା ବ୍ଳକ ଅନ୍ତର୍ଗତ ୩୨ବିଦ୍ୟାଳୟକୁ ନିକଟରେ ଥିବା ବିଦ୍ୟାଳୟ ଗୁଡିକରେ ସାମିଲ କରି ନୋଡାଲ ସ୍କୁଲର ମାନ୍ୟତା ଦିଆଯାଇଛି। ଏହି କ୍ରମରେ ସିଂଘାପଡା ପଞ୍ଚାୟତ ଅନ୍ତର୍ଗତ ଖୁଣ୍ଟୁବନ୍ଧ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ ସଂଖ୍ୟା ପ୍ରତିବର୍ଷ ଆଶାତୀତ ଭାବେ ହ୍ରାସ ପାଉଥିବାରୁ ଉକ୍ତ ବିଦ୍ୟାଳୟକୁ ପ୍ରାୟ ଏକ କିଲୋ ମିଟର ଦୂରରେ ଥିବା ବେଡାଙ୍ଗୀ ପ୍ରାଥମିକ ବିଦ୍ୟାଳୟରେ ସାମିଲ କରାଯାଇଛି। ଏହି ନିୟମକୁ ସ୍ଥାନୀୟ ଗ୍ରାମବାସୀ ତୀବ୍ର ବିରୋଧ କରି ଆସୁଥିଲେ ା ତେବେ ସରକାରଙ୍କ ଏହି ନିୟମକୁ କଡାକଡି କରି ଗତ ୧୯ ତାରିଖରେ ସଂପୃକ୍ତ ବିଦ୍ୟାଳୟକୁ ବେଡାଙ୍ଗୀ ବିଦ୍ୟାଳୟରେ ସାମିଲ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଉକ୍ତ ବିଦ୍ୟାଳୟରେ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ସଂଖ୍ୟା ୧୯ ରହିଥିବା ବେଳେ କୋସକା- ଖଳିସାହି ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାରେ ପିଲାମାନେ ଏକ କଲୋମିଟର ଦୂର ବେଡାଙ୍ଗୀ ବିଦ୍ୟାଳୟକୁ ଯିବା ବିପଦପୂର୍ଣ୍ଣ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଉକ୍ତ ବିଦ୍ୟାଳୟଟି ଶିକ୍ଷା ବିଭାଗ ନିର୍ଦ୍ଦେଶ କ୍ରମେ ବନ୍ଦ ରହିଥିବା ବେଳେ ଶୁକ୍ରବାର ସବୁ ସ୍କୁଲ ଖୋଲୁ ଥିବାରୁ ଖୁଣ୍ଟୁବନ୍ଧ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ପୂର୍ବାହ୍ନ ୧୦ଟାରେ ଅନ୍ୟତ୍ର ନଯାଇ ଏଠାକୁ ଆସିଥିଲେ। ଅଭିଭାବକମାନେ ମଧ୍ୟ ସେଠାରେ ଧାରଣା ଦେଇଥିଲେ। ଖଣ୍ଡପଡା ଶିକ୍ଷାଧିକାରୀ ଅଭିଯୋଗ ପାଇବା ପରେ ଅପରାହ୍ନ ପ୍ରାୟ ୨ଟାରେ ପିଲାମାନଙ୍କୁ ଉକ୍ତ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରି ଦିଆଯାଇଥିଲା ା ଏ ସମ୍ପର୍କରେ ବ୍ଳକ ଶିକ୍ଷାଧିକାରୀ ଚନ୍ଦନ ରଥଙ୍କ ସହ ଯୋଗାଯୋଗ କରିବାରେ ଶିକ୍ଷା ବିଭାଗର ନିର୍ଦ୍ଦେଶ ଆମକୁ କାର୍ଯ୍ୟକାରୀ କରିବାକୁ ପଡିବ। ତେବେ ଗ୍ରାମବାସୀ, ଅଭିଭାବକମାନେ ଜିଦ୍‌ ଧରିବାରୁ ପିଲାମାନଙ୍କୁ ସେଠାରେ ଏବେ ପଢିବାର ବ୍ୟବସ୍ଥା କରିଛୁ ବୋଲି ରଥ ସୂଚନା ଦେଇଥିଲେ ା (ଫଟୋ ପଠାଇଛି)


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri