ବିଦ୍ୟାଳୟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଜଗତ୍‌ସିଂହପୁର ଅଫିସ,୬।୧୦: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଅନ୍ତର୍ଗତ ଦାଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁରେ ଥିବା ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଯୁବକଙ୍କ ଶରୀରର ପାଖାପାଖି ୭୦ ଭାଗ ପୋଡ଼ିଯାଇଛି। ତେବେ ସମ୍ପୃକ୍ତ ଯୁବକ ଆତ୍ମହତ୍ୟା କରିଛନ୍ତି କି କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ତେବେ ବାଲିକୁଦା ପୋଲିସ କେସ୍‌ ନଂ. ୧୫/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ରବିବାର ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ପହଞ୍ଚତ୍ ତଦନ୍ତ ଚାଲିଛି। ଆଇଆଇସି ସର୍ବେଶ୍ୱର ବେହେରା ସୂଚନା ଦେଇ କହିଛନ୍ତି, ବିଦ୍ୟାଳୟ ବିଲ୍ଡିଂରେ ଜଣେ ଯୁବକ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଖବର ଶନିବାର ରାତି ପ୍ରାୟ ୧୨ଟାରେ ମିଳିଥିଲା। ପରେ ପୋଲିସ ସେଠାରେ ପହଞ୍ଚତ୍ଲାବେଳକୁ ଯୁବକ ବଞ୍ଚତ୍ଥିବା ଦେଖିଥିଲେ। ତାଙ୍କୁ କିଏ ହତ୍ୟା କରିଛି କି ସେ ଆତ୍ମହତ୍ୟା କରିଛନ୍ତି ତାହା କହି ନ ଥିଲେ । କେବଳ ତାଙ୍କ ଘର ଖୋର୍ଦ୍ଧା ବୋଲି କହିଥିଲେ । ତାଙ୍କ ବାମ ହାତରେ ସାମାନ୍ୟ କ୍ଷତ ଥିଲା । ପୋଷାକ ପୋଡିଯାଇଥିଲା। ନିକଟରେ ଏକ ଛୋଟ ଛୁରି, ଦିଆସିଲ କାଠି ଓ ଚପଲ ପଡ଼ିଥିଲା । ତେବେ କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା। ତଦନ୍ତ ପରେ ସତ୍ୟାସତ୍ୟ ପଦାକୁ ଆସିବ ବୋଲି ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?