ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଜିଲାପାଳ

ଝରିଗାଁ,୧୮।୧୧(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ସଦରମହକୁମାରେ ରହିଥିବା ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟକୁ ଜିଲାପାଳ ଡା. ଅଜିତ୍‌ କୁମାର ମିଶ୍ର ସୋମବାର ଗସ୍ତ କରିଛନ୍ତି। ସେଠାରେ ପ୍ରଥମେ ମଧ୍ୟାହ୍ନଭୋଜନ ଯାଞ୍ଚ କରିବା ସହ ପିଲାଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ମଧ୍ୟାହ୍ନଭୋଜନ ଖାଇଥିଲେ। ଏହାପରେ ପାଇଖାନା, ପାନୀୟ ଜଳ, ଛାତ୍ରାବାସ ଏବଂ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଥିବା ଅତିରିକ୍ତ ଶ୍ରେଣୀଗୃହ ବୁଲି ଦେଖିଥିଲେ। ବିଦ୍ୟାଳୟରେ ରହିଥିବା ସମସ୍ୟାର ସମାଧାନ ତୁରନ୍ତ କରିବା ନେଇ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ସହ ଏସ୍‌ପି କୁସଲକର ନୀତିନ୍‌ ଡଗଡୁ, ଡିଏଫ୍‌ଓ କୁମାର ମଲିକ, ଉପଜିଲାପାଳ ଭାସ୍କର କୁମାର ରଇତ, ବିଡିଓ ଦେବେନ୍ଦ୍ର ବାହାଦୂରସିଂ ଧରୁଆ, ଏସ୍‌ଡିପିଓ ହେମନ୍ତ କୁମାର ପାଢ଼ୀ, ଜିଲା ଶିକ୍ଷାଧିକାରୀ ଚନ୍ଦ୍ରଶେଖର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?