ବିଦ୍ୟାଳୟରେ ତାଲା ପକାଇବା ଘଟଣା: ବିଇଓ ଏବଂ ସ୍କୁଲ ପରିଚାଳନା କମିଟିର ଆଲୋଚନା; ୨୬ ଓ ୨୭ରେ ହେବ ବିଧିବଦ୍ଧ ତଦନ୍ତ

ଆନନ୍ଦପୁର,୨୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ କୋଚିଆନେଣ୍ଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କମିଟି ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପଲତା ପଟ୍ଟନାୟକଙ୍କ ବିରୋଧରେ ଗତ ଶନିବାର ଏକ ଅଭିଯୋଗପତ୍ର ଦାଖଲ କରାଯାଇଥିଲା। ଅଭିଯୋଗକୁ ଆଧାର କରି ସୋମବାର ବ୍ଲକ ଶିକ୍ଷାଧିକାରୀ କ୍ଷେତ୍ରମୋହନ ହାଁସଦା, ସିଆର୍‌ସିସି ଅନାମ ଚରଣ ମାଝି ବିଦ୍ୟାଳୟରେ ପହଞ୍ଚି ପରିଚାଳନା କମିଟି ସଦସ୍ୟଙ୍କ ସହିତ ଆଲୋଚନା କରିଛନ୍ତି। ଏହା ସହିତ ବିଦ୍ୟାଳୟକୁ ଆସୁଥିବା କମ୍ପୋଜିଟ୍‌ ଫଣ୍ଡ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି। ଏହି ଅର୍ଥରେ ବିଦ୍ୟାଳୟର ପାଠ୍ୟ ପୁସ୍ତକ, ବିଦ୍ୟାଳୟର ସାମୁହିକ ମରାମତି, ପାନୀୟ ଜଳର ବ୍ୟବସ୍ଥା, ଖେଳ ଉପକରଣ ଆଦିରେ ବିନିଯୋଗ ହେବ ବୋଲି ସେ ଅବଗତ କରାଇଛନ୍ତି। ଏହି ଅର୍ଥ ରିଜୋଲ୍ୟୁଶନ୍‌ କରାଯାଇ ବ୍ୟୟ କରାଯିବ ବୋଲି ସେ କହିଛନ୍ତି। ପରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଓ ଅଭିଭାବକମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବିକରି ବିଦ୍ୟାଳୟର ହୋଇଥିବା ଅନିୟମିତତା ସମ୍ପର୍କରେ ଦେଇଥିବା ଅଭିଯୋଗ ପତ୍ର ସମ୍ପର୍କରେ ଆଲୋଚନା କରିଥିଲେ। ପରିଚାଳନା କମିଟି କରିଥିବା ଅଭିଯୋଗ ସମ୍ପୂର୍ଣ୍ଣ ତଥ୍ୟ ସମ୍ବଳିତ ଏବଂ ଏହା ତଦନ୍ତସାପେକ୍ଷ ବୋଲି ହାଁସଦା କହିଛନ୍ତି। ଏଥିଲାଗି ଚଳିତ ମାସ ୨୬ ଓ ୨୭ ତାରିଖରେ ୩ ଜଣ ଏବିଇଓ, ଆକାଉଟାଣ୍ଟଙ୍କ ଦ୍ୱାରା ତଦନ୍ତ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ବୋଲି ସେ କହିଛନ୍ତି। ତଦନ୍ତ ପରେ ଯାହା କିଛି ନିଷ୍ପତ୍ତି ନିଆଯିବ ବୋଲି ବିଇଓ କମିଟିର ସଦସ୍ୟ ଓ ଅଭିଭାବକମାନଙ୍କୁ ଜଣାଇଛନ୍ତି।
ସୂଚନାଯୋଗ୍ୟ, ବିଦ୍ୟାଳୟର ଅପରିଷ୍କାର ପରିବେଶ, ମଧ୍ୟାହ୍ନଭୋଜନ, ପାନୀୟ ଜଳ ସମସ୍ୟା, ଖେଳ ଉପକରଣ କିଣା ନ ଯିବା ଆଦିରେ ଅନିୟମିତତା ନେଇ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଫଳରେ ଅଭିଭାବକ ଶ୍ରେଣୀ ଗୃହରୁ ଛାତ୍ରୀଛାତ୍ରଙ୍କୁ ବାହାରକୁ ବାହାର କରି ତାଲା ପକାଇଦେଇଥିଲେ। ଏପରିକି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ତୁରନ୍ତ ବିଦ୍ୟାଳୟରୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri