ବିଦ୍ୟୁତ ଆଘାତରେ ଇଟାଭାଟି ମାଲିକଙ୍କ ସମେତ ୨ ଜଣଙ୍କ ଜୀବନ ଗଲା

ତାଳଚେର,୧୭ା୬(ନି.ପ୍ର.) : ଅନୁଗୋଳ କଣିହାଁ ବ୍ଲକ ହଳଦିଆ କଟା ଥିବା ପାଉଁଶ ଇଟା ଫ୍ୟାକ୍ଟ୍ରିରେ ବିଦ୍ୟୁତ ଆଘାତରେ ମାଲିକଙ୍କ ସମେତ ୨ ଜଣଙ୍କର ଜୀବନ ଯାଇଛି। ମାଲିକ ଅନନ୍ତ ସାହୁ(୪୦) ଏବଂ ରୋଷେଇ କରୁଥିବା ଯୁବତୀ ମଞ୍ଜରୀ ମୁଣ୍ଡା (୩୦) । ରଜ ଉପଲକ୍ଷେ ସମସ୍ତ ଶ୍ରମିକ ଘରକୁ ଯାଇଥିବାବେଳେ କେବଳ ମଞ୍ଜରୀ କାରଖାନାରେ ଥିଲେ। ସବୁଦିନ ପରି ଅନନ୍ତ ନିଜ ଘରେ ଖାଇ ସାରିବା ପରେ କୁକୁର ପାଇଁ ଖାଦ୍ୟ ଆଣି କାରଖାନାକୁ ରବିବାର ରାତିରେ ଆସିଥିଲେ। କୁକୁରକୁ ବାନ୍ଧିବା ପାଇଁ ଗାତ ଖୋଳୁଥିବାବେଳେ ଅନନ୍ତଙ୍କ ଲୁହା ଶାବଳ ବିଦ୍ୟୁତତାର ସଂସ୍ପର୍ଶରେ ଆସିିଥିଲା। ବିଦ୍ୟୁତ ଆଘାତରେ ଛଟପଟ ହେଉଥିବା ଦେଖି ମଞ୍ଜରୀ ମାଲିକଙ୍କୁ ରକ୍ଷା କରିବାକୁ ଯାଇ ସେ ମଧ୍ୟ ବିଦ୍ୟୁତର ଶିକାର ହୋଇଥିଲେ। ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। କାରଖାନାରେ ଆଉ କେହି ନ ଥିବାରୁ ଘଟଣା ଜଣା ପଡ଼ିନଥିଲା। ସୋମବାର ସକାଳୁ ଖବର ପାଇ ତାଙ୍କ ପରିବାର ଓ ଗୋଡ଼ିବନ୍ଧ ଫାଣ୍ଡି ଅଧିକାରୀ ସେଠାରେ ପହଞ୍ଚିଛନ୍ତି। ମାଟି ତଳେ ପୋତି ବିଦ୍ୟୁତତାର ନିଆ ଯାଇଥିଲା। ମାଟି ଖୋଳିବାବେଳେ ବିଦ୍ୟୁତ ତାର କଟିଯାଇଥିବା ପୋଲିସ ଅନୁମାନ କରୁଛି। ପୋଲିସ ଏନେଇ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri