ବିଦ୍ୟୁତ କର୍ମଚାରୀଙ୍କ ପାଇଁ ପ୍ରୋତ୍ସାହନ ଦାବି କଲା ସଂଘ

ଭୁବନେଶ୍ୱର,୨୧।୪(ବ୍ୟୁରୋ)- ସାରା ମାନବ ସମାଜ କରୋନା ମୁକାବିଲାରେ ଲାଗିପଡିଛି। ଏହି ଲଢେଇରେ ବିଦ୍ୟୁତ ବିଭାଗର ବହୁତ ଅବଦାନ ରହିଛି। ଏହା କେବଳ ଜରୁରୀ ନୁହେଁ, ଅତ୍ୟନ୍ତ ଆବଶ୍ୟକତା ମଧ୍ୟ। ସାମାଜିକ ଦୂରତା ରକ୍ଷା କରି ସୀମିତ ମାନବସମ୍ବଳରେ ବିଭାଗୀୟ କାର୍ଯ୍ୟ ଚାଲିଛି। ତେଣୁ ବିଭାଗୀୟ କର୍ମଚାରୀଙ୍କ ପ୍ରତି କେତେକ କ୍ଷେତ୍ରରେ ବିଶେଷ ଦୃଷ୍ଟି ଦେବାକୁ ଓଡ଼ିଶା ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ଦାବି କରାଯାଇଛି।

ଏହାର ସାଧାରଣ ସମ୍ପାଦକ ଅକ୍ଷୟ ତ୍ରିପାଠୀ କହିଛନ୍ତି ଯେ, ବିଦ୍ୟୁତ ବିଭାଗର କର୍ମଚାରୀ ତଥା କ୍ଷେତ୍ରସ୍ତରରେ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷ କରୋନା ପ୍ରଭାବିତ ହଟସ୍ପଟରେ କାର୍ଯ୍ୟ କରୁଛନ୍ତି। ବିଦ୍ୟୁତ ବିତରଣ ଦାୟିତ୍ୱ ନେଇଥିବା ପ୍ରାଞ୍ଚାଇଜକମ୍ପାନୀମାନେ ଘରେ ରହିବାରୁ ଉପଯୁକ୍ତ ମଣିଛନ୍ତି। ଅସ୍ଥାୟୀ କର୍ମଚାରୀମାନେ ଗତ ନଭେମ୍ବରରୁ ଦରମା ପାଇନାହାନ୍ତି, ହେଲେ ଏଥିପ୍ରତି କେହି ଦୃଷ୍ଟି ଦେଉ ନାହାନ୍ତି।କରୋନା ମୁକାବିଲାରେ ସାମିଲ ହୋଇଥିବା ବିଭିନ୍ନ ବିଭାଗୀୟ ଲୋକଙ୍କ ପାଇଁ ବୀମା ବ୍ୟବସ୍ଥା ରହିଛି। ହେଲେ ଏଯାବତ ବିଦ୍ୟୁତ ବିଭାଗୀୟ କର୍ମଚାରୀଙ୍କ ପାଇଁ ସେପରି କୌଣସି ଘୋଷଣା କରାଯାଇନାହିଁ ବୋଲି ଅକ୍ଷୟ କହିଛନ୍ତି। ସେହିପରି ତେଣୁ ବିଶେଷ ପରିସ୍ଥିତିରେ କାର୍ଯ୍ୟ କରୁଥିବା ବିଦ୍ୟୁତ କର୍ମଚାରୀଙ୍କ ପାଇଁ ସରକାର ସହାୟତା ଏବଂ ପ୍ରୋତ୍ସାହନ ରାଶି ଘୋଷଣା କରନ୍ତୁ ବୋଲି ସଂଘ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri