ବିଦ୍ୟୁତ ବିଭାଗର ମନମାନି : ବିନା ସୂଚନାରେ ସଂଯୋଗ ବିଚ୍ଛିନ୍ନ, ଉପଭୋକ୍ତା ମହଲରେ ଅସନ୍ତୋଷ

ଆନନ୍ଦପୁର,୩୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବିଦ୍ୟୁତ୍‌ ବିଭାଗର ମନମାନି ଯୋଗୁ ଉପଭୋକ୍ତା ଶୋଷଣର ଶିକାର ହେଉଥିବା ଅଭିଯୋଗ ହେଉଛି। ବିନା ସୂଚନାରେ ବାରମ୍ବାର ବିଦ୍ୟୁତ୍‌ କାଟ, ସାମାନ୍ୟ ପତ୍ର ହଲିଲେ ଲାଇନ୍‌ ସଂଯୋଗ ବିଚ୍ଛିନ୍ନ ପରେ ଏବେ ବିଲ୍‌ ଉପଭୋକ୍ତାଙ୍କ ଚିନ୍ତାର କାରଣ ସାଜିଛି। ମାସିକିଆ କରାଯାଉଥିବା ମିଟର୍‌ ରିଡିଂ ନିୟମିତ କରାନଯାଇ କେବଳ ମାସେ ୧୦ ଦିନ ତ ଆଉ କେତେବେଳେ ୨୦ଦିନର ରିଡିଂ ନିଆଯାଇ ଉପଭୋକ୍ତାଙ୍କୁ ବିଲ୍‌ ଦିଆଯାଉଛି। ଆଉ କେତେବେଳେ ଦୁଇ ମାସର ବିଲ୍‌ ଏକ ସଙ୍ଗରେ ଦିଆଯାଉଛି। ଫଳରେ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ ବିଲ୍‌ର ବୋଝ ବଢ଼ିଯାଉଛି ବୋଲି ଅଭିଯୋଗ କରିଛନ୍ତି ବରିଷ୍ଠ ଆଇନଜୀବୀ ଲକ୍ଷ୍ମୀଧର ମିଶ୍ର ଏବଂ ଅବସରପ୍ରାପ୍ତ ସୈନିକ ମୁରଲୀଧର ମିଶ୍ର। ଉପଭୋକ୍ତାଙ୍କ କହିବା ଅନୁଯାୟୀ, ଅଧିକ ଦିନର ବିଲ୍‌ ଏକା ସାଙ୍ଗରେ ଦେବା ଫଳରେ ୟୁନିଟ୍‌ ପିଛା ରେଟ୍‌ ବୃଦ୍ଧି ପାଉଛି। ଯାହା ପଇଠ କରିବା କଷ୍ଟକର ହୋଇପଡୁଛି। ଏହାକୁ ନେଇ ଜନଅସନ୍ତୋଷ ବୃଦ୍ଧି ପାଉଛି। ଅନ୍ୟପକ୍ଷରେ ତଦନ୍ତ କରି ପଦକ୍ଷେପ ନେବେ ବୋଲି ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ ଚିତ୍ତରଞ୍ଜନ ମିସ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri