ବିଦ୍ୟୁତ ସମସ୍ୟାର ସମାଧାନ କର

ବରଗଡ଼ ଅଫିସ୍‌,୭।୫- ବରଗଡ଼ ସହରରେ ବିଦ୍ୟୁତ ବିଭ୍ରାଟ ଏକ ନିତିଦିନିଆ ଘଟଣାରେ ପରିଣତ ହୋଇଯାଇଛି । ଏହି ସମସ୍ୟାର ସମାଧାନ ପାଇଁ ବୁଧବାର ସ୍ଥାନୀୟ ବିଦ୍ୟୁତ ଉପଭୋକ୍ତା ସଂଘ ଏବଂ ୱେସ୍କୋ ଅଧିକାରୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଉପଭୋକ୍ତା ସଂଘର ପ୍ରତିନିଧିମାନେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ । ସେହିପରି ବିଭିନ୍ନ ସ୍ଥାନରେ ବିପଦଶଙ୍କୁଳ ଅବସ୍ଥାରେ ରହିଥିବା ବିଦ୍ୟୁତ ତାର, ଟ୍ରାନ୍ସଫର୍ମର ଉପରେ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଏହାପରେ ଉପସ୍ଥିତ ବିଭାଗୀୟ ଅଧିକାରୀମାନେ ବିଦ୍ୟୁତ ବିଭ୍ରାଟର କାରଣ ଉପରେ କହିବା ସହିତ ସେହି ସମସ୍ୟାର ସମାଧାନ କରାଯିବ ବୋଲି କହିଥିଲେ । ବୈଠକରେ ବିଦ୍ୟୁତ ଉପଭୋକ୍ତା ସଂଘର ସମ୍ପାଦକ ପ୍ରିତମ ସିଂ, କୃଷ୍ଣଚନ୍ଦ୍ର ପଣ୍ଡା, ଲିପସିତ୍‌ ମିଶ୍ର, ଅଭିଜିତ୍‌ ପ୍ରତିହାର, ଦିପ୍ତୀମୟୀ ମିଶ୍ର, ରାଧାରାଣୀ ମିଶ୍ର ଉପସ୍ଥିତ ଥିଲେ । ସେହିପରି ୱେସ୍କୋର ସ୍ଥାନୀୟ ନିର୍ବାହୀ ଯନ୍ତ୍ରୀ ଅନୁପମ ଦାଶ, ଏସଡ଼ିଓ ହିମାଂଶୁ ଶେଖର ସାମନ୍ତରାୟ, କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ମହାରଣା, ଲକ୍ଷ୍ମଣ ପ୍ରଧାନ, ମନୋଜ ସେଠୀ ପ୍ରମୁଖ ଆଲୋଚନରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri