ବିଦ୍ୟୁତୀକରଣ ଯୋଜନା ପ୍ରହସନ: ଖୁଣ୍ଟ ପୋତାରେ ଅଟକିଛି ସଂଯୋଗ

ବଅଁରପାଳ, ୨୫।୮ (ଡି.ଏନ୍‌.ଏ) – ଗରିବ ଲୋକଙ୍କୁ ରିହାତିରେ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ରାଜୀବ ଗାନ୍ଧୀ ଗ୍ରାମ୍ୟ ବିଦ୍ୟୁତୀକରଣ ଯୋଜନାର ସୁଫଳ ପାଇପାରୁନାହାନ୍ତି ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗୋତମରା ଗ୍ରାମର ଗୋଚ୍ଛାୟତସାହି ବାସିନ୍ଦା। ବର୍ଷେରୁ ଅଧିକ ଦିନ ହେଲାଣି ଗ୍ରାମରେ ଖୁଣ୍ଟ ପୋତିଦେଇ କାମ ସାରି ଦେଇଛି ବିଭାଗ। ଫଳରେ ସାହିର ହିତାଧିକାରୀମାନେ ବିଦ୍ୟୁତ୍‌ ସଂଯୋଗରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇରହିଛନ୍ତି।
ସାହିବାସୀଙ୍କ ଅଭିଯୋଗ ମୁତାବକ, ବ୍ଲକଠାରୁ ମାତ୍ର ୨ କିମି ଦୂରରେ ଥିବା ଗୋତମରା ଗ୍ରାମ ପ୍ରଶାସନିକ ଅବହେଳାର ଶିକାର ହୋଇଆସୁଛି। ରିହାତିରେ ବିଦ୍ୟୁତ୍‌ ସଂଯୋଗ ଦିଆଯିବାକୁ କହି ବର୍ଷେ ତଳେ ଗ୍ରାମରେ ଖୁଣ୍ଟ ପୋତାଯାଇଥିଲା। ଏଥିରେ ସାହିର ପ୍ରାୟ ୨୦ ହିତାଧିକାରୀ ପରିବାରକୁ ସାମିଲ କରାଯାଇଥିଲା। ଏପରିକି ଘରେ ଓ୍ବେୟାରିଂ ମଧ୍ୟ ହୋଇଥିଲା। ହେଲେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ଦିଆଯାଇପାରିଲା ନାହିଁ। ଫଳରେ ହିତାଧିକାରୀମାନଙ୍କୁ ଯୋଗାଇ ଦିଆଯାଇଥିବା ବିଦ୍ୟୁତ ସାମଗ୍ରୀ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିଲାଣି।

 

ବିଦ୍ୟୁତ ଯୋଗାଣ ହୋଇପାରି ନ ଥିବାରୁ ସେମାନେ ଅନ୍ଧାରରେ ଦିନ କାଟୁଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କେହି ଏ ଦିଗରେ ଦୃଷ୍ଟି ଦେଉନାହାନ୍ତି। ଏ ସମ୍ପର୍କରେ ବିପିଏଲ୍‌ ହିତାଧିକାରୀ ଦୁତୀ ଗୋଚ୍ଛାୟତ, କୁଶ ଗୋଚ୍ଛାୟତ, ପୁଷ୍ପ ଗୋଚ୍ଛାୟତ ପ୍ରମୁଖ କୁହନ୍ତି, ସାହିରେ ୧ ବର୍ଷ ହେଲା କେବଳ ବିଦ୍ୟୁତ ତାର ଟଣା ହୋଇଛି। ଆଜି ପର୍ଯ୍ୟନ୍ତ ଘରେ ବିଦ୍ୟୁତ୍‌ ଦେଖିପାରିଲୁ ନାହିଁ। ଗ୍ରାମର କୌଣସି ହିତାଧିକାରୀମାନଙ୍କୁ ସଂଯୋଗ ଦିଆଯାଇନାହିଁ। କେବଳ ଘରେ ଘରେ ବିଦ୍ୟୁତ ସାମଗ୍ରୀ ସହ ମିଟର ଖଞ୍ଜି ଦେଇ ବିଭାଗ କାମ ସାରିଦେଇଛି। ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ନ ଦିଆଗଲେ ଆନ୍ଦୋଳନକୁ ଓହ୍ଲାଇବାକୁ ସାହିବାସୀ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବଅଁରପାଳ ସେସୁ କନିଷ୍ଠ ଯନ୍ତ୍ରୀ ଅନନ୍ତ ଦେହୁରୀ କହିଛନ୍ତି, ସେଠାରେ ସମସ୍ତ କାର୍ଯ୍ୟ ସମାପ୍ତ ହୋଇଛି। ମାସେ ମଧ୍ୟରେ ହିତାଧିକାରୀଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri