ବିଦ୍ୟୁତ୍‌ ସଂସ୍ପର୍ଶରେ ଶିକ୍ଷକଙ୍କ ପ୍ରାଣଗଲା

ରୂପ୍‌ସା,୧୦।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ କାଟୁଳିଡ଼ିହା ଗ୍ରାମରେ ଶୁକ୍ରବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ ହେଲେ ଅନିରୁଦ୍ଧ ପାଣିଙ୍କ ପୁତ୍ର ହେମନ୍ତ କୁମାର ପାଣି (୪୪)।
ଭୋର ସମୟରେ ସେ ଜମିକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ସେଠାରେ ସେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ବସ୍ତା ଥାନା ପୋଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା (ନଂ.୫/୨୩) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ସେ ସ୍ଥାନୀୟ ବାଗଦେବି ସଂସ୍କୃତ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri